Posted inଖେଳ

୩୬ ବର୍ଷରେ ପଦାର୍ପଣ କଲେ କ୍ରିକେଟ ଜଗତର ବାଦ୍‌ଶାହା: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ ତଥ୍ୟ…

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ କ୍ରିକେଟ ଜଗତର ‘କିଙ୍ଗ୍‌’ କୁହାଯାଏ। କେତେକ ପୂର୍ବତନ କ୍ରିକେଟର ଏବଂ ବିଶେଷଜ୍ଞ ମଧ୍ୟ କୋହଲିଙ୍କୁ କ୍ରିକେଟ୍‌ ଦୁନିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରିଛନ୍ତି। କିଙ୍ଗ କୋହଲି ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ବିଶେଷ ଦିନରେ, ଆସନ୍ତୁ ଜାଣିବା କୋହଲି ତାଙ୍କର ପ୍ରକୃତ ପରିଚୟ କେଉଁଠୁ ପାଇଲେ ଏବଂ ସେ କିପରି ମହାନ ହେଲେ…

କୋହଲି ତାଙ୍କର ପ୍ରକୃତ ପରିଚୟ କେଉଁଠୁ ପାଇଲେ?

ବିରାଟ କୋହଲି ୫ ନଭେମ୍ବର ୧୯୮୮ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ସେ ଦିଲ୍ଲୀର ଉତ୍ତରନଗରରେ ବଡ ହୋଇଥିଲେ। କୁହାଯାଏ, କୋହଲି ମାତ୍ର ୯ ବର୍ଷ ବୟସରେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ସେ ପିଲାଦିନରେ କୋଚ୍‌ ରାଜକୁମାର ଶର୍ମାଙ୍କଠାରୁ କ୍ରିକେଟ ପଶିକ୍ଷଣ ନେଇଥିଲେ। ପରେ କୋହଲି ଧୀରେ ଧୀରେ କ୍ରିକେଟରେ ଚମତ୍କାର ପ୍ରଦର୍ଶନ ଆରମ୍ଭ କରିଥିଲେ। ଗ୍ରୁପ କ୍ରିକେଟରେ ଜବରଦସ୍ତ ପ୍ରଦର୍ଶନ କରିବା ପରେ ସେ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳି ଥିଲେ।

୨୦୦୬ରେ କୋହଲି ଦିଲ୍ଲୀ ପାଇଁ ତାଙ୍କ କ୍ୟାରିୟରର ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଥିଲେ। ଏହି ସମୟ ମଧ୍ୟରେ କୋହଲିଙ୍କ ପିତା ପ୍ରେମ କୋହଲିଙ୍କ ଦେହାନ୍ତ ହୋଇଥିଲା। ପିତାଙ୍କ ମୃତ୍ୟୁ ସତ୍ତ୍ୱେ କୋହଲି କର୍ନାଟକ ବିପକ୍ଷ ମ୍ୟାଚରେ ବ୍ୟାଟିଂ କରିବାକୁ ଆସି ୯୦ ରନ୍‌ର ଇନିଂସ୍‌ ଖେଳିଥିଲେ।

କୋହଲିଙ୍କ ପାଇଁ ୨୦୦୮ ଅଣ୍ଡର-୧୯ ବିଶ୍ୱକପ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। କୁହାଯାଏ, କୋହଲି ଅଣ୍ଡର-୧୯ ବିଶ୍ୱକପରୁ ଅନେକ ଖ୍ୟାତି ଅର୍ଜନ କରିଥିଲେ। ଏହା କୋହଲିଙ୍କୁ ଟିମ୍‌ ଇଣ୍ଡିଆରେ ଯୋଗଦେବା ପାଇଁ ବାଟ ଖୋଲିଥିଲା। କୋହଲି ତାଙ୍କ ଅଧିନାୟକତ୍ୱରେ ଭାରତକୁ ଅଣ୍ଡର-୧୯ ବିଶ୍ୱକପ୍‌ ଟାଇଟ୍‌ଲ ଜିତାଇଥିଲେ। ଅଣ୍ଡର-୧୯ ବିଶ୍ୱକପରେ ପ୍ରଭାବିତ କରିଥିବା କୋହଲିଙ୍କୁ ଆଇପିଏଲ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର କିଣିଥିଲ। ତା’ପରେ ସେହି ବର୍ଷ ଅର୍ଥାତ୍‌ ୨୦୦୮ରେ ସେ ଟିମ ଇଣ୍ଡିଆରେ ପ୍ରବେଶ କରିଥିଲେ। କୋହଲି ୨୦୦୮ ଅଗଷ୍ଟ ୧୮ରେ ଶ୍ରୀଲଙ୍କା ବିପକ୍ଷରେ ଏକ ଦିନିକିଆ ମ୍ୟାଚ ଖେଳି ଅନ୍ତର୍ଜାତୀୟସ୍ତରରେ ଡେବ୍ୟୁ କରିଥିଲେ। ଏହା ପରେ ବିରାଟ କେବେ ପଛକୁ ଚାହିଁ ନ ଥିଲେ ଏବଂ ସେ ଗୋଟିଏ ପରେ ଗୋଟିଏ ରେକର୍ଡ କରିବାରେ ଲାଗିଛନ୍ତି।

ଭାଙ୍ଗିଲେ ସଚିନଙ୍କ ରେକର୍ଡ
କୋହଲି ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ କ୍ରିକେଟ୍‌ର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଥିଲେ। ଦିନିକିଆ ବିଶ୍ୱକପରେ କୋହଲି ତାଙ୍କ ଦିନିକିଆ କ୍ୟାରିୟରର ୫୦ତମ ଶତକ ହାସଲ କରିଥିଲେ। ସଚିନଙ୍କ ନାମରେ ୪୯ଟି ଶତକ ରେକର୍ଡ ରହିଛି। ସେହିଭଳି କୋହଲି ତାଙ୍କ କ୍ୟାରିୟର ଆରମ୍ଭରୁ ରେକର୍ଡ ଭାଙ୍ଗିବା ଆରମ୍ଭ କରି ଧୀରେ ଧୀରେ ସେ ଜଣେ ମହାନ ବ୍ୟାଟ୍ସମ୍ୟାନ ଭାବେ ଖ୍ୟାତି ଅର୍ଜନ କରିବା ସହ ‘କ୍ରିକେଟ କିଙ୍ଗ’ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri