Posted inଖେଳ

୩୬ ବର୍ଷରେ ପଦାର୍ପଣ କଲେ କ୍ରିକେଟ ଜଗତର ବାଦ୍‌ଶାହା: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ ତଥ୍ୟ…

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ କ୍ରିକେଟ ଜଗତର ‘କିଙ୍ଗ୍‌’ କୁହାଯାଏ। କେତେକ ପୂର୍ବତନ କ୍ରିକେଟର ଏବଂ ବିଶେଷଜ୍ଞ ମଧ୍ୟ କୋହଲିଙ୍କୁ କ୍ରିକେଟ୍‌ ଦୁନିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରିଛନ୍ତି। କିଙ୍ଗ କୋହଲି ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ବିଶେଷ ଦିନରେ, ଆସନ୍ତୁ ଜାଣିବା କୋହଲି ତାଙ୍କର ପ୍ରକୃତ ପରିଚୟ କେଉଁଠୁ ପାଇଲେ ଏବଂ ସେ କିପରି ମହାନ ହେଲେ…

କୋହଲି ତାଙ୍କର ପ୍ରକୃତ ପରିଚୟ କେଉଁଠୁ ପାଇଲେ?

ବିରାଟ କୋହଲି ୫ ନଭେମ୍ବର ୧୯୮୮ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ସେ ଦିଲ୍ଲୀର ଉତ୍ତରନଗରରେ ବଡ ହୋଇଥିଲେ। କୁହାଯାଏ, କୋହଲି ମାତ୍ର ୯ ବର୍ଷ ବୟସରେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ସେ ପିଲାଦିନରେ କୋଚ୍‌ ରାଜକୁମାର ଶର୍ମାଙ୍କଠାରୁ କ୍ରିକେଟ ପଶିକ୍ଷଣ ନେଇଥିଲେ। ପରେ କୋହଲି ଧୀରେ ଧୀରେ କ୍ରିକେଟରେ ଚମତ୍କାର ପ୍ରଦର୍ଶନ ଆରମ୍ଭ କରିଥିଲେ। ଗ୍ରୁପ କ୍ରିକେଟରେ ଜବରଦସ୍ତ ପ୍ରଦର୍ଶନ କରିବା ପରେ ସେ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳି ଥିଲେ।

୨୦୦୬ରେ କୋହଲି ଦିଲ୍ଲୀ ପାଇଁ ତାଙ୍କ କ୍ୟାରିୟରର ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଥିଲେ। ଏହି ସମୟ ମଧ୍ୟରେ କୋହଲିଙ୍କ ପିତା ପ୍ରେମ କୋହଲିଙ୍କ ଦେହାନ୍ତ ହୋଇଥିଲା। ପିତାଙ୍କ ମୃତ୍ୟୁ ସତ୍ତ୍ୱେ କୋହଲି କର୍ନାଟକ ବିପକ୍ଷ ମ୍ୟାଚରେ ବ୍ୟାଟିଂ କରିବାକୁ ଆସି ୯୦ ରନ୍‌ର ଇନିଂସ୍‌ ଖେଳିଥିଲେ।

କୋହଲିଙ୍କ ପାଇଁ ୨୦୦୮ ଅଣ୍ଡର-୧୯ ବିଶ୍ୱକପ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। କୁହାଯାଏ, କୋହଲି ଅଣ୍ଡର-୧୯ ବିଶ୍ୱକପରୁ ଅନେକ ଖ୍ୟାତି ଅର୍ଜନ କରିଥିଲେ। ଏହା କୋହଲିଙ୍କୁ ଟିମ୍‌ ଇଣ୍ଡିଆରେ ଯୋଗଦେବା ପାଇଁ ବାଟ ଖୋଲିଥିଲା। କୋହଲି ତାଙ୍କ ଅଧିନାୟକତ୍ୱରେ ଭାରତକୁ ଅଣ୍ଡର-୧୯ ବିଶ୍ୱକପ୍‌ ଟାଇଟ୍‌ଲ ଜିତାଇଥିଲେ। ଅଣ୍ଡର-୧୯ ବିଶ୍ୱକପରେ ପ୍ରଭାବିତ କରିଥିବା କୋହଲିଙ୍କୁ ଆଇପିଏଲ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର କିଣିଥିଲ। ତା’ପରେ ସେହି ବର୍ଷ ଅର୍ଥାତ୍‌ ୨୦୦୮ରେ ସେ ଟିମ ଇଣ୍ଡିଆରେ ପ୍ରବେଶ କରିଥିଲେ। କୋହଲି ୨୦୦୮ ଅଗଷ୍ଟ ୧୮ରେ ଶ୍ରୀଲଙ୍କା ବିପକ୍ଷରେ ଏକ ଦିନିକିଆ ମ୍ୟାଚ ଖେଳି ଅନ୍ତର୍ଜାତୀୟସ୍ତରରେ ଡେବ୍ୟୁ କରିଥିଲେ। ଏହା ପରେ ବିରାଟ କେବେ ପଛକୁ ଚାହିଁ ନ ଥିଲେ ଏବଂ ସେ ଗୋଟିଏ ପରେ ଗୋଟିଏ ରେକର୍ଡ କରିବାରେ ଲାଗିଛନ୍ତି।

ଭାଙ୍ଗିଲେ ସଚିନଙ୍କ ରେକର୍ଡ
କୋହଲି ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ କ୍ରିକେଟ୍‌ର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଥିଲେ। ଦିନିକିଆ ବିଶ୍ୱକପରେ କୋହଲି ତାଙ୍କ ଦିନିକିଆ କ୍ୟାରିୟରର ୫୦ତମ ଶତକ ହାସଲ କରିଥିଲେ। ସଚିନଙ୍କ ନାମରେ ୪୯ଟି ଶତକ ରେକର୍ଡ ରହିଛି। ସେହିଭଳି କୋହଲି ତାଙ୍କ କ୍ୟାରିୟର ଆରମ୍ଭରୁ ରେକର୍ଡ ଭାଙ୍ଗିବା ଆରମ୍ଭ କରି ଧୀରେ ଧୀରେ ସେ ଜଣେ ମହାନ ବ୍ୟାଟ୍ସମ୍ୟାନ ଭାବେ ଖ୍ୟାତି ଅର୍ଜନ କରିବା ସହ ‘କ୍ରିକେଟ କିଙ୍ଗ’ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri