Posted inଖେଳ

କୋହଲିଙ୍କ ନୂଆ ସେଲିବ୍ରେସନ୍‌ ଷ୍ଟାଇଲ୍‌: ପ୍ରଶଂସକଙ୍କୁ ଆସୁଛି ପସନ୍ଦ

ଓଭାଲ୍‌,୭।୯:ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଇଂଲଣ୍ଡକୁ ୧୫୭ ରନ୍‌ରେ ପରାସ୍ତ କରି ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌କୁ ୨-୧ରେ ଆଗୁଆ ରହିଛି। ଏହି ବିଜୟ ଅଧିନାୟକ ବିରାଟ କୋହଲି ସେଲିବ୍ରେସନ କରୁଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋରେ କୋହଲି ହାତରେ ବୀଣା ବଜାଉଥିବା ଭଳି ସେଲିବ୍ରେସନ କରୁଥିବା ଦେଖାଯାଇଛି। ପ୍ରଥମଥର ପାଇଁ ତାଙ୍କୁ ଏଭଳି ଖୁସି ମନାଉଥିବା ଦେଖାଯାଇଛି। ଏହି ମ୍ୟାଚରେ ଭାରତର ପ୍ରଥମ ଇନିଂସ ୧୯୧ ରନରେ ଅଲଆଉଟ୍‌ ହୋଇଯାଇଥିଲା, ଏହା ପରେ ଇଂଲଣ୍ଡ ୨୯୦ ରନ ସଂଗ୍ରହ କରି ୯୯ ରନ ଅଗ୍ରଣୀ ହାସଲ କରିଥିଲା। ଏହା ପରେ ରୋହିତ ଶର୍ମାଙ୍କ ଶତକ ସମେତ ବ୍ୟାଟ୍ସମ୍ୟାନଙ୍କ ଚମତ୍କାର ପ୍ରଦର୍ଶନ ଆଧାରରେ ଭାରତ ଦ୍ୱିତୀୟ ଇନିଂସରେ ୪୬୬ ରନ ସ୍କୋର କରିଥିଲା ଏବଂ ଜିତିବା ପାଇଁ ଇଂଲଣ୍ଡକୁ ୩୬୮ ରନର ଟାର୍ଗେଟ ଦେଇଥିଲା। ମ୍ୟାଚ୍‌ର ଅନ୍ତିମ ଦିନରେ ଇଂଲଣ୍ଡର ଦ୍ୱିତୀୟ ଇନିଂସ ୨୧୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା ଏବଂ ଭାରତ ଏକ ସ୍ମରଣୀୟ ବିଜୟ ହାସଲ କରିଥିଲା।

 कोहली इस तस्‍वीरों में बीन बजाते हुए नजर आ रहे हैं. उन्‍होंने हसीब हमीद का विकेट गिरने के बाद ये जश्‍न मनाया था. (AP)


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri