Posted inଖେଳ

ଶତକ ନିକଟତର କୋହଲି

ପୋର୍ଟ ଅଫ୍‌ ସ୍ପେନ୍‌, ୨୧ା୭: ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଦ୍ୱିତୀୟ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ମ୍ୟାଚ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏଥିରେ ଘରୋଇ ଦଳ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ପ୍ରଥମ ଦିନ ଖେଲ ଶେଷ ହେବା ବେଳକୁ ଭାରତୀୟ ଦଳ ୪ ଉଇକେଟ୍‌ ହରାଇ୨୮୮ ରନ୍‌ ସଂଗ୍ରହ କରିଛି। ବିରାଟ କୋହଲି ୮୭ ଏବଂ ରବିନ୍ଦ୍ର ଜାଡେଜା ୩୬ ରନ୍‌ରେ ଅପରାଜିତ ଅଛନ୍ତି।
ରୋହିତ ଶର୍ମା (୮୦ ରନ) ଓ ଯଶସ୍ବୀ ଜୟସ୍ବାଲ (୫୭ ରନ) ଭାରତକୁ ଭଲ ଆରମ୍ଭ ଦେଇଥିଲେ। ଉଭୟେ ଓପନିଂ ପାର୍ଟନରଶିପ୍‌ରେ ୧୩୯ ରନ ଯୋଗ କରିଥିଲେ। ଜୟସ୍ବାଲଙ୍କୁ ଜାସନ ହୋଲ୍ଡର କିର୍କ ମାକେଞ୍ଜିଙ୍କ ଦ୍ୱାରା କ୍ୟାଚ ଆଉଟ କରିଦେବାରୁ ଏହି ପାର୍ଟନରଶିପ୍‌ ଭାଙ୍ଗିଯାଇଥିଲା। ଗୋଟିଏ ସିରିଜରେ ଓପନିଂ ପାର୍ଟନରଶିପ୍‌ରେ କ୍ରମାଗତ ଶତକୀୟ ଭାଗୀଦାରି କରିବାରେ ରୋହିତ ଓ ଜୟସ୍ବାଲ ଦ୍ୱିତୀୟ ଭାରତୀୟ ଯୋଡ଼ି ବିବେଚିତ ହୋଇଛନ୍ତି। ପୂର୍ବରୁ ୧୯୯୯ରେ ଏସ୍‌. ରମେଶ ଓ ଦେବାଙ୍ଗ ଗାନ୍ଧୀ ନ୍ୟୁଜିଲାଣ୍ଡ ବିପକ୍ଷରେ ଏହି ସଫଳତା ହାସଲ କରିଥିଲେ। ପରେ ଭାରତର କେତୋଟି ଉଇକେଟ ଶୀଘ୍ର ପତନ ଘଟିଥିଲା।
ଜୟସ୍ବାଲଙ୍କ ପରେ ରୋହିତଙ୍କ ସହ ଯୋଗ ଦେଇଥିବା ଶୁବମନ ଗିଲ୍‌ ମାତ୍ର ୧୦ ରନ କରିଥିବାବେଳେ କେମର ରୋଚ୍‌ଙ୍କ ବଲ୍‌ରେ ଜୋଶୁଆ ଡା’ସିଲ୍‌ଭାଙ୍କ ଦ୍ୱାରା କ୍ୟାଚ ଆଉଟ ହୋଇଥିଲେ। ରୋହିତ ଶର୍ମାଙ୍କୁ ଜୋମେଲ ଓ୍ବାରିକାନ ବୋଲ୍ଡ କରିଦେଇଥିଲେ। ଚା’ପାନ ବିରତି ବେଳକୁ ଭାରତ ଅଜିଙ୍କ୍ୟ ରାହାନେଙ୍କ ଉଇକେଟ ହରାଇଥିଲା। ରାହାନେ ୩୬ଟି ବଲ୍‌ ସାମ୍ନା କରି ମାତ୍ର ୮ ରନ କରିଥିଲେ।
ଭାରତ ତରଫରୁ ବେଙ୍ଗଲ ପେସ୍‌ ବୋଲର ମୁକେଶ କୁମାର ତାଙ୍କ ଟେଷ୍ଟ ପଦାର୍ପଣ କରିଛନ୍ତି। ତାଙ୍କୁ ଆଘାତପ୍ରାପ୍ତ ଶାର୍ଦ୍ଦୂଳ ଠାକୁରଙ୍କ ସ୍ଥାନରେ ସୁଯୋଗ ମିଳିଛି। ଅନ୍ୟପକ୍ଷରେ ଓ୍ବେଷ୍ଟଇଣ୍ଡିଜ ରେମନ ରିଫରଙ୍କୁ ଦଳରୁ ବାଦ୍‌ ଦେଇଛି। ତାଙ୍କ ସ୍ଥାନରେ କିର୍କ ମ୍ୟାକେଞ୍ଜି ଟେଷ୍ଟ ପଦାର୍ପଣ କରିଛନ୍ତି। ଡୋମିନିକାଠାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୧୪୧ ରନରେ ବିଜୟ ହାସଲ କରି ଭାରତ ଦୁଇ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri