Posted inଖେଳ

ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ କୋହଲି ଭାଙ୍ଗିପାରନ୍ତି ଏହି ୬ ବଡ ରେକର୍ଡ

ନୂଆଦିଲ୍ଲୀ,୨।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜ ଅଗଷ୍ଟ ୪ରୁ ନଟିଂହାମର ଟ୍ରେଣ୍ଟ ବ୍ରିଜରେ ଆରମ୍ଭ ହେବାକୁ ଯାଉଛି। ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କୁ ୧୩ ବର୍ଷ ପରେ ଭାରତକୁ ଇଂରାଜୀ ମାଟିରେ ସିରିଜ ଜିତାଇବାର ସୁଯୋଗ ମିଳିବ। ଏହା ସେ ମଧ୍ୟ ୬ଟି ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି।
ଟେଷ୍ଟ କ୍ରିକେଟରେ ୮,୦୦୦ ରନ ପୂରଣ କରିବା ପାଇଁ ବିରାଟ କୋହଲି ମାତ୍ର ୪୫୩ ରନ ଦୂରରେ ଅଛନ୍ତି। ସେ ଏପର୍ଯ୍ୟନ୍ତ ୯୨ ଟେଷ୍ଟ ମ୍ୟାଚରେ ୧୫୫ ଇନିଂସରେ ୭,୫୪୭ ରନ ସଂଗ୍ରହ କରିଛନ୍ତି, ଏଥିରେ ତାଙ୍କର ହାରାହାରି ୫୨.୦୪ ରହିଛି। ଏହି ଫର୍ମାଟରେ ତାଙ୍କ ନାମରେ ୨୭ ଶତକଏବଂ ୨୫ ଅର୍ଦ୍ଧଶତକ ଅଛି।
ଯଦି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜରେ ବିରାଟ କୋହଲି ୨୫୮ ରନ ସ୍କୋର କରନ୍ତି, ତେବେ ସେ ଇଂଲଣ୍ଡ ବିପକ୍ଷ ଟେଷ୍ଟ କ୍ରିକେଟରେ ୨୦୦୦ ରନ ପୂରଣ କରିବେ।

ଯଦି ବିରାଟ କୋହଲି ଏହି ସିରିଜରେ ଆଉ ୨ ଶତକ କରନ୍ତି, ତେବେ ସେ ରାହୁଲ ଦ୍ରାବିଡ ଏବଂ ସଚିନ ତେନ୍ଦୁଲକରଙ୍କ ରେକର୍ଡ ସହ ସମାନ ହେବେ। ଉଭୟ ଇଂଲଣ୍ଡ ବିପକ୍ଷରେ ମୋଟ ୭ ଟେଷ୍ଟ ଶତକ ହାସଲ କରିଛନ୍ତି।

ବିରାଟ କୋହଲିଙ୍କ ନାମରେ ବର୍ତ୍ତମାନ ୨୭ଟି ଟେଷ୍ଟ ଶତକ ଅଛି, ଯଦି କୋହଲି ଭାରତ ଏବଂ ଇଂଲଣ୍ଡ ଟେଷ୍ଟ ସିରିଜରେ ଆଉ ୨ ଶତକ ହାସଲ କରନ୍ତି, ତେବେ ସେ ସାର୍‌ ଡନ ବ୍ରାଡମ୍ୟାନଙ୍କ ୨୯ତମ ଟେଷ୍ଟ ଶତକର ସମକକ୍ଷ ହେବେ।

ଯଦି ବିରାଟ କୋହଲି ଏହି ସିରିଜରେ ଶତକ ହାସଲ କରନ୍ତି, ତେବେ ସେ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ କରିଥିବା ଅଧିନାୟକ ହେବେ। ଅଷ୍ଟ୍ରେଲିଆର କୋହଲି ଏବଂ ରିକି ପଣ୍ଟିଂ ଅଧିନାୟକ ଭାବରେ ମୋଟ ୪୧ ଶତକ ରହିଛନ୍ତି।
ଟିମ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଯଦି ଆଗାମୀ ୩୭ ଇନିଂସରେ ଅତି କମରେ ୧୨୫ ରନ ସ୍କୋର କରନ୍ତି ତେବେ ଅନ୍ତର୍ଜାତୀୟ କ୍ରିକେଟ ରେ ୨୩,୦୦୦ ରନ ପୂରଣ କରିବାରେ ଦ୍ରୁତତମ ବ୍ୟାଟ୍ସମ୍ୟାନ ହେବେ। ଏହି କ୍ରମରେ ଏହି ରେକର୍ଡ ଭାଙ୍ଗିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?