Posted inଖେଳ

ପଡ଼ିଆରେ ନାଚିଲେ କୋହଲି

ମୁମ୍ବାଇ,୭।୧୨: ମୁମ୍ବାଇରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ କିୱି ଦଳକୁ ୩୭୨ ରନରେ ପରାସ୍ତ କରି ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ଦେଶ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜକୁ ୧-୦ରେ ଜିତିବାରେ ଭାରତ ସଫଳ ହୋଇଥିଲା। ଏହା ପୂର୍ବରୁ କାନପୁରରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ ଡ୍ର ରହିଥିଲା। ମୁମ୍ବାଇ ଟେଷ୍ଟ ଜିତିବାରେ ଟିମ ଇଣ୍ଡିଆରେ ଜୟନ୍ତ ଯାଦବ ଏବଂ ଆର ଅଶ୍ୱିନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଦୁଇ ବୋଲର ନ୍ୟୁଜିଲାଣ୍ଡର ଦ୍ୱିତୀୟ ଇନିଂସରେ ୪-୪ ଉଇକେଟ ନେଇଥିଲେ। ମୁମ୍ବାଇ ଟେଷ୍ଟ ଜିତିବା ପରେ ଭାରତ ତିନି ଦଶନ୍ଧିରୁ ଅଧିକ ସମୟ ଧରି ନିଜ ମାଟିରେ କିୱିଙ୍କ ବିପକ୍ଷରେ ସିରିଜ ଜିତିବାର ରେକର୍ଡ ବଜାୟ ରଖିଛି। ଟେଷ୍ଟ ମ୍ୟାଚ ସମୟରେ ଏକ ମଜାଦାର ଘଟଣା ଘଟିଥିଲା।
ଅଧିନାୟକ ବିରାଟ କୋହଲି କ୍ରିକେଟ ପ୍ରଶଂସକଙ୍କ ଚାହିଦା ଅନୁଯାୟୀ ମଧ୍ୟଭାଗରେ ନାଚିବା ଆରମ୍ଭ କରିଥିଲେ। ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ନ୍ୟୁଜିଲାଣ୍ଡ ଦଳ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରୁଥିବାବେଳେ କୋହଲି ନାଚୁଥିବା ଦେଖାଯାଇଥିଲା। ଷ୍ଟାଣ୍ଡରେ ଉପସ୍ଥିତ କ୍ରିକେଟ ପ୍ରଶଂସକଙ୍କ ଚାହିଦା ଅନୁଯାୟୀ କୋହଲି ଏହି ନୃତ୍ୟ କରିଥିଲେ। କିଙ୍ଗ କୋହଲି ଅନିଲ କପୁର ଏବଂ ଜ୍ୟାକି ସ୍କ୍ରୋପ ଷ୍ଟାରର ରାମ ଲଖାନଙ୍କ ୱାନ ଟୁ କା ଫୋର ଏବଂ ଫୋର ଟୁ କା ୱାନ ଗୀତରେ ନାଚୁଥିବାର ନଜର ଆସିଥିଲେ। କ୍ରିକେଟ ଗ୍ରାଉଣ୍ଡ ବିରାଟଙ୍କ ନାଚ ଏହା ପ୍ରଥମ ଥର ନୁହେଁ। ପୂର୍ବରୁ ଅନେକ ଥର ସେ ପଡ଼ିଆରେ ନାଚୁଥିବାର ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri