Posted inଖେଳ

କୋହଲି, ଧୋନୀଙ୍କ ବେତନ କମିଲା: ଜାଣନ୍ତୁ ଆଇପିଏଲ୍‌ କାହାକୁ ମିଳିବ କେତେ ଟଙ୍କା

ନୂଆଦିଲ୍ଲୀ,୧।୧୨: ସମସ୍ତ ୮ଟି ଫ୍ରାଞ୍ଚାଇଜ ଦ୍ୱାରା ରଖାଯାଇଥିବା ଖେଳାଳିଙ୍କ ନାମ ପ୍ରକାଶ ପାଇଛି। ଏବେ ଖେଳାଳିଙ୍କ ବେତନକୁ ନେଇ ଆଲୋଚନା ଆରମ୍ଭ ହୋଇଛି। ଯେଉଁ ଖେଳାଳିମାନଙ୍କ ଉପରେ ଫ୍ରାଞ୍ଚାଇଜ ସେମାନଙ୍କ ବିଶ୍ୱାସକୁ ପୁନଃ ପ୍ରକାଶ କରିଛନ୍ତି, ସେମାନଙ୍କ ମଧ୍ୟରେ ଅନେକ ନାମ ମଧ୍ୟ ଆଶ୍ଚର୍ଯ୍ୟଜନକ ଥିଲା।
ଚେନ୍ନାଇ ସୁପର କିଙ୍ଗ୍ସ ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କୁ ୧୬ କୋଟି ଟଙ୍କାରେ ପ୍ରଥମ ସ୍ଥାନରେ ରଖିଛି। ପ୍ରଥମ ସିଜିନରୁ ଦଳର ଅଧିନାୟକ ଥିବା ଏମଏସ ଧୋନୀଙ୍କୁ ୧୨ କୋଟିରେ ଟଙ୍କା ବେତନ ଦେଇ ୨ ନମ୍ବରରେ ରଖିଛି। ଅବସର ଗ୍ରହଣକୁ ବିଚାର କରି ଧୋନୀ ନିଜେ ଦଳ ପରିଚାଳନାକୁ ଏହି ନିଷ୍ପତ୍ତି ନେବାକୁ ପରାମର୍ଶ ଦେଇଛନ୍ତି। ଏହା ବ୍ୟତୀତ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ନିଜର ସୁପରଷ୍ଟାର ଖୋଳାଳି ବିରାଟ କୋହଲିଙ୍କୁ ୧୫ କୋଟି ଟଙ୍କା ରଖିଛି, ଯାହା ଗତ କିଛି ବର୍ଷ ମଧ୍ୟରେ ପାଇଥିବା ଦରମାଠାରୁ କମ ଅଟେ। କୋହଲି ଗତ ସିଜନରେ ନିଜେ ଆରସିବି ଅଧିନାୟକତ୍ୱ ଛାଡିବାକୁ ଘୋଷଣା କରିଥିଲେ, ଯାହା ଏହାର କାରଣ ବୋଲି କୁହାଯାଉଛି। ଏଥି ସହିତ ଓପନର୍‌ ତଥା ଦଳର ଅଧିନାୟକ ରୋହିତ ଶର୍ମାଙ୍କୁ ୧୬ କୋଟି ଟଙ୍କା ମୁମ୍ବାଇ ଇଣ୍ଡିଆନ୍ସ ରଖିଛନ୍ତି।

ସର୍ବାଧିକ ମୂଲ୍ୟରେ ରଖାଯାଇଥିବା ଖେଳାଳିଙ୍କ ତାଲିକା –
ରବିନ୍ଦ୍ର ଜାଡେଜା – ୧୬ କୋଟି
ରୋହିତ ଶର୍ମା -୧୬ କୋଟି
ରିଷଭ ପନ୍ତ – ୧୬ କୋଟି
ବିରାଟ କୋହଲି – ୧୫ କୋଟି
କେନ ୱିଲିୟମ୍ସନ – ୧୪ କୋଟି
ସଞ୍ଜୁ ସାମସନ – ୧୪ କୋଟି
ମୟଙ୍କ ଅଗ୍ରୱାଲ – ୧୨ କୋଟି
ଜସପ୍ରୀତ ବୁମ୍ରା – ୧୨ କୋଟି
ଆନ୍ଦ୍ରେ ରସେଲ – ୧୨ କୋଟି
ଏମଏସ ଧୋନୀ – ୧୨ କୋଟି
ଗ୍ଲେନ ମ୍ୟାକ୍ସୱେଲ -୧୧ କୋଟି
ଜୋସ ବଟଲର୍‌ – ୧୦ କୋଟି


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri