Posted inଖେଳ

ଦୁଇ ଥର ଆଇସିସି ଟ୍ରଫି ଫାଇନାଲରେ ପହଞ୍ଚିଥିଲୁ, ତଥାପି ବିଫଳ ଅଧିନାୟକ କୁହାଯାଇଥିଲା: କୋହଲି

ନୂଆଦିଲ୍ଲୀ,୨୫।୨: ନିକଟରେ ଟି୨୦ ବିଶ୍ୱକପ୍‌ ୨୦୨୩ ଫାଇନାଲରେ ପହଞ୍ଚିବାର ସୁଯୋଗ ହାତଛଡ଼ା କରିଛି ଭାରତୀୟ ମହିଳା ଟିମ୍‌। ଫଳରେ ଦଳ ବିଶ୍ୱକପ୍‌ ଜିତିବା ସ୍ବପ୍ନ ଭାଙ୍ଗିଯାଇଛି। ତେବେ ମହିଳା ଦଳ ଭଳି ପୁରୁଷ ଟିମ୍‌ ମଧ୍ୟ ୧୦ ବର୍ଷ ହେଲାଣି ଆଇସିସି ଟ୍ରଫିର ଅପେକ୍ଷାରେ ରହିଛି। ଏସବୁ ମଧ୍ୟରେ ଦୀର୍ଘଦିନ ଧରି ଭାରତୀୟ ଟିମ୍‌ର ନେତୃତ୍ୱ ନେଇଥିବା ବିରାଟ କୋହଲି ପୁଣି ଥରେ ଟ୍ରଫିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି।

ଆଇପିଏଲ୍‌ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ ଦ୍ୱାରା ପୋଡକାଷ୍ଟ ସିରିଜ ରିଲିଜ କରାଯାଇଛି। ଏଥିରେ କୋହଲିଙ୍କୁ ଆଇସିସି ଟ୍ରଫି ନ ଜିତିବାର କ୍ଷୋଭକୁ ନେଇ ପ୍ରଶ୍ନ କରାଯାଇଥିଲା। ଜବାବରେ କୋହଲି କହିଛନ୍ତି, ‘ଜଣେ ସର୍ବଦା ଟୁର୍ନାମେଣ୍ଟ ଜିତିବା ଲାଗି ଖେଳିଥାଏ। ମୁଁ ଚାମ୍ପିଅନ୍ସ ଟ୍ରଫି ୨୦୧୭, ବିଶ୍ୱକପ୍‌ ୨୦୧୯, ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ୨୦୨୧, ଟି୨୦ ବିଶ୍ୱକପ୍‌ ୨୦୨୨ରେ ଅଧିନାୟକ ଥିଲି। ଆମେ ଚାମ୍ପିଅନ୍ସ ଟ୍ରଫିର ଫାଇନାଲ, ବିଶ୍ୱକପ୍‌ ସେମିଫାଇନାଲ, ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପହଞ୍ଚିଥିଲୁ। ଏହା ପରେ ମଧ୍ୟ ମୋତେ ବିଫଳ ଅଧିନାୟକ କୁହାଯାଉଥିଲା।’

ଏହାଛଡ଼ା କୋହଲି କହିଛନ୍ତି ଯେ ଅଧିନାୟକ ପଦ ଲାଗି ମହେନ୍ଦ୍ର ସିଂହ ଧୋନୀ ହିଁ ତାଙ୍କୁ ବାଛିଥିିଲେ। ଫିଲ୍ଡିଂ ବେଳେ ଧୋନୀଙ୍କ ସହ ସେ କଥା ହେଉଥିଲେ। ବ୍ୟାଟିଂରେ ବି ଭଲ ପ୍ରଦର୍ଶନ କରୁଥିଲେ। ଏଥିରୁ ତାଙ୍କର ଯୋଗ୍ୟତା ଆକଳନ କରି ଧୋନୀ ତାଙ୍କୁ ଉତ୍ତରାଧିକାରୀ ଭାବେ ବାଛିଥିଲେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?