Posted inଖେଳ

ମନର ବ୍ୟଥା ପ୍ରକାଶ କଲେ କୋହଲି

ନୂଆଦିଲ୍ଲୀ,୧୧।୧୧: ଆଇସିସି ଟି-୨୦ ବିଶ୍ୱକପ ୨୦୨୨ ଫାଇନାଲ ଟିକେଟ୍‌ ହାସଲ କରିବାରେ ବିଫଳ ହୋଇଛି ଭାରତ। ସେମିଫାନାଲରେ ଇଂଲଣ୍ଡଠାରୁ ୧୦ ଉଇକେଟ୍‌ରେ ପରାସ୍ତ ହୋଇ ବିଶ୍ୱକପରୁ ବିଦାୟ ନେଇଛି ଭାରତ। ଭାରତର ଶୋଚନୀୟ ପରାଜୟ ପରେ ବିରାଟ କୋହଲିଙ୍କ ପ୍ରତିକ୍ରିୟା ପ୍ରଥମ ଥର ପାଇଁ ସାମ୍ନାକୁ ଆସିଛି।
ବିରାଟ କୋହଲି ନିଜ ମନର ବ୍ୟଥା ଟୁଇଟର୍‌ରେ ପ୍ରକାଶ କରିଛନ୍ତି। ସେ ଟୁଇଟରରେ ଲେଖିଛନ୍ତି, ଆମେ ହୃଦୟରୁ ନିରାଶ ହୋଇ ଏବଂ ଆମର ସ୍ବପ୍ନ ପୂରଣ ନ କରି ପାରି ଅଷ୍ଟ୍ରେଲିଆରୁ ଫେରୁଛୁ। କିନ୍ତୁ ଏହି ଘଟଣା ସହିତ ଆମେ କିଛି ଭଲ ସ୍ମୃତି ନେଇ ଯାଉଛୁ ଏବଂ ମିଳିତ ଭାବରେ ପ୍ରଦର୍ଶନରେ ଉନ୍ନତି ଆଣିବୁ। ଷ୍ଟାଡିୟମକୁ ଆସି ଆମକୁ ସମର୍ଥନ କରିଥିବାରୁ ପ୍ରତ୍ୟେକ ପ୍ରଶଂସକଙ୍କୁ ଧନ୍ୟବାଦ । ଏହି ଜର୍ସି ପିନ୍ଧି ମୁଁ ଦେଶ ପାଇଁ ଖେଳିବା ପାଇଁ ସର୍ବଦା ଗର୍ବିତ।
ସେମିଫାଇନାଲ ମ୍ୟାଚରେ କୋହଲି ୫୦ ରନ ସ୍କୋର କରିଥିଲେ। ଏହା ବ୍ୟତୀତ ଏହି ମେଗା ଇଭେଣ୍ଟରେ ସେ ସର୍ବାଧିକ ରନ କରିଛନ୍ତି। ବିରାଟ କୋହଲି ଏହି ଟୁର୍ନାମେଣ୍ଟରେ ୬ଟି ମ୍ୟାଚ ଖେଳି ୪ଟି ଅର୍ଦ୍ଧଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri