Posted inଖେଳ

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ ବଜାୟ ରଖିଥିବା ବେଳେ ବିରାଟ କୋହଲି ନ୍ୟୁଜିଲାଣ୍ଡର ଡ୍ୟାରିଲ ମିଚେଲଙ୍କୁ ପଛରେ ପକାଇ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି।

ଗିଲ ଏବଂ ବିରାଟଙ୍କ ମଧ୍ୟରେ ଏବେ ମାତ୍ର ୨୦ ରେଟିଂ ପଏଣ୍ଟର ତଫାତ ରହିଛି। ଗିଲଙ୍କ ଖାତାରେ ୮୧୬ ପଏଣ୍ଟ ଥିବା ବେଳେ ବିରାଟ କୋହଲି ୭୯୬ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜର ଆଉ ଦୁଇଟି ମ୍ୟାଚ ବାକି ରହିଛି। ଏହି ମ୍ୟାଚ୍‌ଗୁଡ଼ିକରେ ବିରାଟଙ୍କ ବ୍ୟାଟ୍‌ରୁ ବଡ଼ ସ୍କୋର ଆସିବା ସହ ଗିଲଙ୍କ ପ୍ରଦର୍ଶନ ଆଶାନୁରୂପ ନ ହେଲେ ରାଙ୍କିଙ୍ଗରେ ପରିବର୍ତ୍ତନର ସମ୍ଭାବନା ରହିବ। ପ୍ରଥମ ଦିନିକିଆରେ ଗିଲ ୧୧୦ ରନ୍‌ର ଶତକୀୟ ପାଳି ଖେଳିଥିଲେ। ଅନ୍ୟପଟେ ବିରାଟ କୋହଲି ମାତ୍ର ୮୮ ବଲ୍‌ରେ ଅପରାଜିତ ୧୩୯ ରନ୍‌ର ଧୂଆଁଧାର ପାଳି ଖେଳି ଭାରତକୁ ବଡ଼ ବିଜୟ ଦେଇଥିଲେ।

୨୦୨୬ରେ ଉଭୟ ଭାରତୀୟ ବ୍ୟାଟର ଦିନିକିଆରେ ଚମତ୍କାର ଫର୍ମରେ ରହିଛନ୍ତି। ଶୁବମନ ଗିଲ ୯ଟି ଦିନିକିଆ ଇନିଂସରୁ ୬୭୧ ରନ ସଂଗ୍ରହ କରିଛନ୍ତି। ସେହିପରି ବିରାଟ କୋହଲି ୭ଟି ଇନିଂସରେ ୫୨୩ ରନ କରିଛନ୍ତି।

ଆଇସିସି ରାଙ୍କିଙ୍ଗରେ ଶୀର୍ଷ ସ୍ଥାନରେ ଗିଲ ରହିଥିବାବେଳେ ତାଙ୍କଠାରୁ ମାତ୍ର ୨୦ ପଏଣ୍ଟ ପଛରେ ବିରାଟ। ତେଣୁ ୱେଷ୍ଟଇଣ୍ଡିଜ ବିପକ୍ଷ ବାକି ମ୍ୟାଚଗୁଡିକରେ ଉଭୟଙ୍କ ପ୍ରଦର୍ଶନ ଉପରେ କ୍ରିକେଟ ପ୍ରଶଂସକଙ୍କ ନଜର ରହିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?