Posted inଖେଳ

କୋହଲିଙ୍କ କାନ୍ଧରେ ଝୁଲିବା ପଡ଼ିଲା ମହଙ୍ଗା: ବିଦେଶୀ ଦର୍ଶକଙ୍କ ନାଁରେ ମାମଲା ରୁଜୁ

ଅହମ୍ମଦାବାଦ୍‌,୨୦।୧୧: ଆଇସିସି କ୍ରିକେଟ ବିଶ୍ୱକପର ଫାଇନାଲ୍‌ ମ୍ୟାଚ ରବିବାର ଅହମ୍ମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ ଦେଖିବାକୁ ଦେଶର ବିଭିନ୍ନ ସ୍ଥାନରୁ ଭିଭିଆଇପିମାନେ ଆସିଥିଲେ। ତେବେ ମ୍ୟାଚ ସମୟରେ ଏକ ବଡ଼ ସୁରକ୍ଷା ତ୍ରୁଟି ଦେଖାଯାଇଥିଲା। ଭାରତ ବ୍ୟାଟିଂ କରୁଥିବାବେଳେ ଜଣେ ବ୍ୟକ୍ତି କ୍ରିକେଟ ପଡ଼ିଆରେ ପ୍ରବେଶ କରିଥିଲେ। ପଡିଆକୁ ପ୍ରବେଶ କରିଥିବା ଏହି ବ୍ୟକ୍ତିଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି।
ଅହମ୍ମଦାବାଦ କ୍ରିକେଟ ଷ୍ଟାଡିୟମରେ ପ୍ରବେଶ କରିଥିବା ବ୍ୟକ୍ତିଙ୍କୁ ଜନସନ ୱେନ ବୋଲି ଜଣା ପଡିଛି। ସେ ଅଷ୍ଟ୍ରେଲିଆର ବାସିନ୍ଦା। ସେ ନିଜେ ଏହି ସୂଚନା ଦେଇଛନ୍ତି। ଯେତେବେଳେ ୱେନଙ୍କୁ ପୋଲିସ ନେଇଯାଉଥିଲା ସେତେବେଳେ ସେ ଗଣମାଧ୍ୟମକୁ କହିଥିଲେ ଯେ ମୁଁ ଅଷ୍ଟ୍ରେଲିଆର। ମୁଁ ବିରାଟ କୋହଲିଙ୍କୁ ଭେଟିବା ପାଇଁ ପଡ଼ିଆରେ ପ୍ରବେଶ କରିଥିଲି। ପାଲେଷ୍ଟାଇନରେ ଚାଲିଥିବା ଯୁଦ୍ଧ ପାଇଁ ମୋର ବିରୋଧ ଥିଲା। ପଡ଼ିଆରେ ପ୍ରବେଶ କରିବାବେଳେ ସେ ବ୍ୟାଟିଂ କରୁଥିବା ବିରାଟ କୋହଲିଙ୍କ ନିକଟତର ହୋଇ କାନ୍ଧରେ ହାତ ରଖି ଝୁଲିବା ଆରମ୍ଭ କରିଥିଲେ।
ଅହମ୍ମଦାବାଦ ପୋଲିସର ସୂଚନାନୁସାରେ, ଚାନ୍ଦକେଡା ପୋଲିସ ଷ୍ଟେଶନରେ ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି) ର ଧାରା ୩୩୨ ଏବଂ ୪୪୭ ଅନୁଯାୟୀ ଜନସନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଜନସନ ନାଲି ଏବଂ ଧଳା ଟି-ଶର୍ଟ ପିନ୍ଧି ପଡ଼ିଆକୁ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri