Posted inଖେଳ

ବଦଳି ଗଲେଣି କୋହଲି

ନୂଆଦିଲ୍ଲୀ,୧।୨: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଗୋଟିଏ ଶତକ ହାସଲ କରିବାର ପ୍ରାୟ ୨ ବର୍ଷ ବିତିଯାଇଛି। ତାଙ୍କର ୭୧ ତମ ଅନ୍ତର୍ଜାତୀୟ ଶତକ କେବେ ହେବ ପ୍ରଶଂସକମାନେ ଅପେକ୍ଷା କରିଛନ୍ତି। ୨୦୧୯ରେ ଇଡେନ ଗାର୍ଡେନ୍ସରେ ବାଂଲାଦେଶ ବିପକ୍ଷରେ ଗୋଲାପୀ ବଲ ଟେଷ୍ଟ ମ୍ୟାଚ ସମୟରେ ତାଙ୍କର ଶେଷ ଶତକ ଆସିଥିଲା। କୋହଲିଙ୍କ ଫର୍ମକୁ ନେଇ ପୂର୍ବତନ କ୍ରିକେଟର୍‌ ଆକାଶ ଚୋପ୍ରା ନିଜ ମତ ରଖିଛନ୍ତି। ସେ କହିଛନ୍ତି, ବିରାଟ କୋହଲି ଖେଳିବା ଶୈଳୀ ବଦଳିଯାଇଛି। ବ୍ୟକ୍ତିଗତ ଦୃଷ୍ଟିକୋଣରୁ ୫୦ କୁ ୧୦୦ ର ପରିଣତ କରିବାକୁ ଚାହୁଁଥିଲେ ବିରାଟଙ୍କୁ କିଛି ଭଲ କରିବାକୁ ପଡିବ। ସେ ରନ ଦୃଷ୍ଟିରୁ ଖରାପ ଫର୍ମ ଦେଇ ଗତି କରୁନାହାଁନ୍ତି, କିନ୍ତୁ ବ୍ୟାଟିଂ ସମୟରେ ପୁରୁଣା ବିରାଟ କୋହଲିଙ୍କୁ ଆଉ ଦେଖିବାକୁ ମିଳୁନାହିଁ ବୋଲି ସେ କହିଛନ୍ତି।
ଚୋପ୍ରା ଆହୁରି କହିଛନ୍ତି, ବିରାଟ ପ୍ରଭାବିତ କରିବାକୁ ସକ୍ଷମ ନୁହଁନ୍ତି। ସେ ବିରୋଧୀ ଦଳର ବୋଲରଙ୍କ ଉପରେ ପ୍ରାଧାନ୍ୟ ଦେଉ ନାହାଁନ୍ତି। ଆମେ ସଚିନ ତେନ୍ଦୁଲକର, ରାହୁଲ ଦ୍ରାବିଡଙ୍କୁ ଦେଖିଛୁ, ତାଙ୍କୁ ରନ ସ୍କୋର କରିଥିବା ଦେଖିଛୁ, କିନ୍ତୁ ସେ (ବିରାଟ କୋହଲି) ପୂର୍ବରୁ ବ୍ୟାଟିଂ କରିଥିବା ଭଳି ଦେଖାଯାଉନାହାଁନ୍ତି। ବିରାଟ ପ୍ରଥମ ଥର ପାଇଁ ‘ହିଟମ୍ୟାନ’ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଖେଳିବେ। ଏବେ ବିରାଟ ଏକ ଭିନ୍ନ ମାନସିକତା ରହିବା ଆବଶ୍ୟକ କାରଣ ତାଙ୍କ ଉପରେ ଆଉ ଅଧିନାୟକତ୍ୱର ଚାପ ନାହିଁ।
ସୂଚନାଯୋଗ୍ୟ,ଫେବୃୟାରୀ ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷ ଆଗାମୀ ଘରୋଇ ସିରିଜରେ ପ୍ରଥମ ସୀମିତ ଓଭର ଅଧିନାୟକ ରୋହିତ ଶର୍ମାଙ୍କ ଅଧୀନରେ କୋହଲି ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri