Posted inଖେଳ

ଛୁଟି ମାଗି ନାହାନ୍ତି କୋହଲି

ନୂଆଦିଲ୍ଲୀ, ୧୪ା୧୨- ଆସନ୍ତା ଦକ୍ଷିଣ ଆଫ୍ରିକା ଟୁର୍‌ ସମୟରେ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ନ ଖେଳି ଟେଷ୍ଟ ଅଧିନାୟକ ବିରାଟ କୋହଲି ଛୁଟିରେ ଯାଇପାରନ୍ତି। ଏଭଳି ମିଡିଆ ରିପୋର୍ଟକୁ ଖଣ୍ଡନ କରିଛନ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ଅଧିକାରୀ। କୋହଲି ଏପର୍ଯ୍ୟନ୍ତ ଛୁଟି ପାଇଁ ଅନୁରୋଧ କରି ନ ଥିବା ସେ କହିଛନ୍ତି।

କୋହଲିଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଏହା ଡିସେମ୍ବର ୨୬ରେ ସେଞ୍ଚୁରିଅନରେ ଆରମ୍ଭ ହୋଇ ଜାନୁୟାରୀ ୧୫ରେ କେପ୍‌ ଟାଉନ୍‌ଠାରେ ତୃତୀୟ ଓ ଫାଇନାଲ ଟେଷ୍ଟ ସହ ସିରିଜ ଶେଷ ହେବ। ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ ସିରିଜ ଜାନୁୟାରୀ ୧୯ରୁ ଆରମ୍ଭ ହେବ। କିଛି ଗଣମାଧ୍ୟମରେ ପ୍ରକାଶ ପାଇଥିବା ରିପୋର୍ଟ ମୁତାବକ, ଟେଷ୍ଟ ସିରିଜ ପରେ କୋହଲି ନିଜ ପରିବାର ସହ ଛୁଟି କଟାଇବାକୁ ଚାହୁଁଛନ୍ତି।

ହେଲେ ଦିନିକିଆ ସିରିଜରୁ ଓହରିବା ଲାଗି ସେ ଏପର୍ଯ୍ୟନ୍ତ ଅନୁଷ୍ଠାନିକ ଭାବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କିମ୍ବା ସମ୍ପାଦକ ଜୟ ଶାହାଙ୍କ ସହ ଯୋଗାଯୋଗ କରି ନାହାନ୍ତି ବୋଲି ଜଣେ ବରିଷ୍ଠ କର୍ମକର୍ତ୍ତା କହିଛନ୍ତି। କାର୍ଯ୍ୟସୂଚୀ ଅନୁସାରେ ତିନୋଟିଯାକ ଅନ୍ତର୍ଜାତୀୟ ଦିନିକିଆ ଜାନୁୟାରୀ ୧୯, ୨୧ ଓ ୨୩ରେ ଖେଳାଯିବ। କର୍ମକର୍ତ୍ତା ଜଣକ କହିଛନ୍ତି, ବାୟୋବବଲ କଟକଣା ଯୋଗୁ ଖେଳାଳିମାନଙ୍କ ସହ ସେମାନଙ୍କ ପରିବାର ସମାନ ଚାର୍ଟର ବିମାନରେ ଦକ୍ଷିଣ ଆଫ୍ରିକା ଗସ୍ତ କରିବେ। କୋହଲି ମଧ୍ୟ ତାଙ୍କ ପରିବାରକୁ ନେଇ ଯିବେ। ଟେଷ୍ଟ ସିରିଜ ପରେ ବବଲଜନିତ ମାନସିକ ବିଶାଦ ପାଇଁ ଛୁଟିନେବାକୁ ଚାହୁଁଥିଲେ ଭାରତୀୟ ଅଧିନାୟକ ଏ ବିଷୟରେ ବୋର୍ଡ ଚେୟାରମ୍ୟାନ, ସିଲେକ୍ଟର କିମ୍ବା ସମ୍ପାଦକ ଶାହାଙ୍କୁ ଅବଗତ କରାଇଥାନ୍ତେ ନିଶ୍ଚୟ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri