ଟି୨୦ରେ ଏହି ସଫଳତା ପାଇବାରେ କୋହଲି ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ

ଦୁବାଇ, ୫।୧୦: ଚଳିତ ଆଇପିଏଲ୍‌ର ୧୯ତମ ମୁକାବିଲାରେ ସୋମବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ ଦିଲ୍ଲୀ କ୍ୟାପିଟାଲ୍ସ ମୁହଁାମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ ଅବସରରେ ଆର୍‌ସିବି ଅଧିନାୟକ ବିରାଟ କୋହଲି ଏକ ସ୍ବତନ୍ତ୍ର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ କୋହଲି ଟି୨୦ କ୍ରିକେଟ୍‌ରେ ୯ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମ୍ୟାଚ୍‌ ପୂର୍ବରୁ କୋହଲି ଓଭରଅଲ୍‌ (ଜାତୀୟ, ଅନ୍ତର୍ଜାତୀୟ ଓ ଆଇପିଏଲ୍‌) ଟି୨୦ କ୍ରିକେଟ୍‌ରେ ୮,୯୯୦ ରନ କରିଥିଲେ। ୯ ହଜାର ରନ୍‌ ପୂରଣ କରିବାକୁ ତାଙ୍କୁ ଆଉ ୧୦ ରନ୍‌ ଆବଶ୍ୟକ ହେଉଥିଲା। ଦିଲ୍ଲୀ ବିପକ୍ଷ ମ୍ୟାଚ ଅବସରରେ ସେ ଏହି ରନ୍‌ ହାସଲ କରି ବିରଳ କ୍ଲବରେ ନିଜକୁ ସାମିଲ କରିଛନ୍ତି। ଏଥିସହ ବିଶ୍ୱର ୬ଷ୍ଠ ବ୍ୟାଟ୍ସମ୍ୟାନ ଭାବେ କୋହଲି ଓଭରଅଲ୍‌ ଟି୨୦ କ୍ରିକେଟ୍‌ରେ ୯ ହଜାର ରନ୍‌ ପୂରଣ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏହି ତାଲିକାରେ କ୍ରିସ୍‌ ଗେଲ୍‌ (୧୩,୨୯୬ ରନ) ସର୍ବାଗ୍ରେ ରହିଛନ୍ତି। ତାଙ୍କ ପଛକୁ କିରନ ପୋଲାର୍ଡ (୧୦,୩୭୦), ଶୋଏବ ମଲିକ (୯,୯୨୬), ବ୍ରେଣ୍ଡନ ମ୍ୟାକ୍‌କୁଲମ (୯,୯୨୨) ଓ ଡେଭିଡ୍‌ ଓ୍ବାର୍ନର (୯,୪୫୧) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri