ଟି୨୦ରେ ଏହି ସଫଳତା ପାଇବାରେ କୋହଲି ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ

ଦୁବାଇ, ୫।୧୦: ଚଳିତ ଆଇପିଏଲ୍‌ର ୧୯ତମ ମୁକାବିଲାରେ ସୋମବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ ଦିଲ୍ଲୀ କ୍ୟାପିଟାଲ୍ସ ମୁହଁାମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ ଅବସରରେ ଆର୍‌ସିବି ଅଧିନାୟକ ବିରାଟ କୋହଲି ଏକ ସ୍ବତନ୍ତ୍ର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ କୋହଲି ଟି୨୦ କ୍ରିକେଟ୍‌ରେ ୯ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମ୍ୟାଚ୍‌ ପୂର୍ବରୁ କୋହଲି ଓଭରଅଲ୍‌ (ଜାତୀୟ, ଅନ୍ତର୍ଜାତୀୟ ଓ ଆଇପିଏଲ୍‌) ଟି୨୦ କ୍ରିକେଟ୍‌ରେ ୮,୯୯୦ ରନ କରିଥିଲେ। ୯ ହଜାର ରନ୍‌ ପୂରଣ କରିବାକୁ ତାଙ୍କୁ ଆଉ ୧୦ ରନ୍‌ ଆବଶ୍ୟକ ହେଉଥିଲା। ଦିଲ୍ଲୀ ବିପକ୍ଷ ମ୍ୟାଚ ଅବସରରେ ସେ ଏହି ରନ୍‌ ହାସଲ କରି ବିରଳ କ୍ଲବରେ ନିଜକୁ ସାମିଲ କରିଛନ୍ତି। ଏଥିସହ ବିଶ୍ୱର ୬ଷ୍ଠ ବ୍ୟାଟ୍ସମ୍ୟାନ ଭାବେ କୋହଲି ଓଭରଅଲ୍‌ ଟି୨୦ କ୍ରିକେଟ୍‌ରେ ୯ ହଜାର ରନ୍‌ ପୂରଣ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏହି ତାଲିକାରେ କ୍ରିସ୍‌ ଗେଲ୍‌ (୧୩,୨୯୬ ରନ) ସର୍ବାଗ୍ରେ ରହିଛନ୍ତି। ତାଙ୍କ ପଛକୁ କିରନ ପୋଲାର୍ଡ (୧୦,୩୭୦), ଶୋଏବ ମଲିକ (୯,୯୨୬), ବ୍ରେଣ୍ଡନ ମ୍ୟାକ୍‌କୁଲମ (୯,୯୨୨) ଓ ଡେଭିଡ୍‌ ଓ୍ବାର୍ନର (୯,୪୫୧) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?