Posted inଖେଳ

ମିଡ୍‌ଲ ଅର୍ଡର ଚିନ୍ତାରେ କୋହଲି

ମୁମ୍ବାଇ,୩।୧୨: ଭାରତ ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ନିର୍ଣ୍ଣାୟକ ଟେଷ୍ଟ ମ୍ୟାଚ୍‌ରେ ଅଧିନାୟକ କୋହଲି ଦଳକୁ ପ୍ରତ୍ୟାବର୍ତ୍ତନ କରିବେ। ତେବେ ପାଗ ଓ ଦଳର ମଧ୍ୟକ୍ରମକୁ ନେଇ ଅଧିନାୟକ ଓ କୋଚ୍‌ ରାହୁଲ ଡ୍ରାଭିଡ୍‌ ଚିନ୍ତିତ ହେବା ସ୍ବାଭାବିକ।

ମ୍ୟାଚ୍‌ର ପ୍ରଥମ ଦିନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଉଟ ଫିଲ୍ଡ ଓଦା ହେବା ସହିତ ପିଚ୍‌ରେ ଆର୍ଦ୍ରତା ରହିବ। ତେଣୁ ବଲ୍‌ ଏକ୍ସଟ୍ରା ବାଉନ୍ସ କରିବ। ଏହା ଠାରୁ ମଧ୍ୟକ୍ରମ ସମସ୍ୟା ଢ଼େର ବଡ଼ ଜଣାପଡ଼ୁଛି। କାରଣ କାନପୁର ଟେଷ୍ଟରେ ପଦାର୍ପଣ କରିଥିବା ଶ୍ରେୟସ ଆୟାର ପ୍ରଥମ ଇନିଂସରେ ୧୦୫ ଓ ଦ୍ୱିତୀୟ ଇନିଂସରେ ୬୫ ରନ କରିଥିଲେ। ତାଙ୍କୁ ଦଳରେ ନେବାକୁ ହେଲେ ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେଙ୍କ ମଧ୍ୟରୁ ଜଣଙ୍କୁ ବସାଇବାକୁ ପଡ଼ିବ। ଗୋଟିଏ ପଟେ ପ୍ରତିଭାଶାଳୀ ଯୁବ ବ୍ୟାଟର ଥିବା ବେଳେ ଅନ୍ୟପକ୍ଷରେ ରହିଛନ୍ତି ଦୁଇ ଖେଳାଳି ଅଭିଜ୍ଞ। ଏଭଳି ପରିସ୍ଥିତିରେ ପଦାର୍ପଣ ମ୍ୟାଚ୍‌ରେ ରେକର୍ଡ କରିଥିତ୍ବା ଶ୍ରେୟସଙ୍କ ସ୍ଥାନ ମଧ୍ୟ ଦଳରେ ନିଶ୍ଚିତ ନୁହେଁ। ପୂର୍ବରୁ ମଧ୍ୟ ଏପରି ହୋଇଛି। ୨୦୧୬ ଇଂଲଣ୍ଡ ବିପକ୍ଷ ଚେନ୍ନାଇ ଟେଷ୍ଟରେ କରୁନ ନାୟାର ୩୦୩ ରନର ଅପରାଜିତ ତ୍ରିଶତକୀୟ ପାଳି ଖେଳିଥିଲେ। ଏହାସତ୍ତ୍ୱେ ତାଙ୍କୁ ପରବର୍ତ୍ତୀ ସିରିଜରୁ ବାଦ୍‌ ଦିଆଯାଇଥିଲା।

୨୦୧୨ ରେ ଅଜିଙ୍କ୍ୟ ରାହାନେ କ୍ରମାଗତ ଦ୍ୱାଦଶଥର ପାଇଁ ବ୍ୟାଟିଂରେ ଫେଲ ମାରିଛନ୍ତି। ତେବେ ସେ ଗତ ମ୍ୟାଚ୍‌ରେ ଦଳର ନେତୃତ୍ୱ ନେଇଥିତ୍ବାରୁ ତାଙ୍କୁ ଦୁର୍ବଳ ଫର୍ମ କାରଣରୁ ଦଳରୁ ବାଦ୍‌ ଦେବା ଉଚିତ ମନେ ହେଉନାହିଁ। ପୁଣି ଘରୋଇ ପିଚ୍‌ରେ ସେ ଭଲ ଖେଳିବେ ବୋଲି ଆଶା କରାଯାଉଛି। ସେହିପରି ଟେଷ୍ଟ ସ୍ପେଶାଲିଷ୍ଟ କୁହାଯାଉଥିବା ଚେତେଶ୍ୱର ପୂଜାରା ମଧ୍ୟ ଖରାପ ଫର୍ମ ଦେଇ ଗତି କରୁଛନ୍ତି। କ୍ରମାଗତ ଭାବେ କେତୋଟି ସିରିଜରେ ସେ ବିଫଳ ହୋଇ ଆସୁଛନ୍ତି। ଗତ ଇଂଲଣ୍ଡ ଗସ୍ତରେ ମଧ୍ୟ ସେ ଆଶାନୁରୂପ ଖେଳିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri