Posted inଖେଳ

ଆର୍‌ସିବି ଟ୍ରେନିଂ କ୍ୟାମ୍ପ୍‌ରେ କୋହଲି

ବେଙ୍ଗାଲୁରୁ,୧୮ା୩(ପି.ଟି.): ରବିବାର ଭାରତ ପ୍ରତ୍ୟାବର୍ତ୍ତନ କରିଥିବା ସୁପରଷ୍ଟାର ବିରାଟ କୋହଲି ସୋମବାର ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)ର ଟ୍ରେନିଂ କ୍ୟାମ୍ପ୍‌ରେ ଯୋଗଦେଇଛନ୍ତି। ସୋମବାର କୋହଲି ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅଭ୍ୟାସ କରୁଥିବାର ନଜର ଆସିଥିଲେ। ଆରସିବି ଅଧିନାୟକ ଫାଫ୍‌ ଡୁ ପ୍ଲେସିଙ୍କ ସହିତ ଅଭ୍ୟାସ କରିବା ସହ ଉଭୟ ଖେଳାଳି କିଛି ସମୟ ଧରି ଆଲୋଚନା ମଧ୍ୟ କରିଥିଲେ।

ଆସନ୍ତା ୨୨ ତାରିଖରେ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପରକିଙ୍ଗ୍ସ ବିପକ୍ଷରୁ ନିଜର ଅଭିଯାନ ଆରମ୍ଭ କରିବ ଆରସିବି। ଟୁର୍ନାମେଣ୍ଟକୁ ୪ ଦିନ ବାକି ରହିଥିବା ବେଳେ କୋହଲି ଅଭ୍ୟାସ ଆରମ୍ଭ କରିଛନ୍ତି। ଭାରତୀୟ ଟି୨୦ ବିଶ୍ୱକପ ଦଳରେ ସାମିଲକୁ ନେଇ କୋହଲିଙ୍କ ପାଇଁ ଆଇପିଏଲ୍‌ର ଗୁରୁତ୍ୱ ବଢିଯାଇଛି। ୩୫ ବର୍ଷୀୟ କୋହଲି ୨୦୨୨ ପରଠାରୁ ଅନ୍ତର୍ଜାତୀୟ ଟି୨୦ ଖେଳି ନ ଥିବା ବେଳେ ଆଫଗାନିସ୍ତାନ ବିପକ୍ଷ ସିରିଜ୍‌ରେ ତାଙ୍କୁ ଦେଖିବାକୁ ମିଳିଥିଲା। ସମାନ ସିରିଜ୍‌ରେ ଅଧିନାୟକ ରୋହିତ ଶର୍ମା ମଧ୍ୟ ପ୍ରତ୍ୟାବର୍ତ୍ତନ କରିଥିଲେ।

ବିଗତ ସିଜନରେ କୋହଲି ୬୩୯ ରନ୍‌ ସ୍କୋର କରିଥିଲେ। ବ୍ୟକ୍ତିଗତ ଭାବେ କୋହଲି ଚମତ୍କାର ପ୍ରଦର୍ଶନ କରିଥିଲେ ମଧ୍ୟ ଆରସିବି ଥରେ ହେଲେ ଆଇପିଏଲ୍‌ ଟ୍ରଫି ହାସଲ କରିବାରେ ସମର୍ଥ ହୋଇନାହିଁ। ଉଲ୍ଲେଖଯୋଗ୍ୟ ଯେ, ପୁଅ ଅକାୟର ଜନ୍ମ ପାଇଁ କୋହଲି ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରୁ ଓହରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri