Posted inଖେଳ

୧୬ ଘଣ୍ଟାର ଯାତ୍ରା କରି ଭାରତୀୟ ଦଳରେ ଯୋଗଦେଲେ କୋହଲି

ନ୍ୟୁୟର୍କ,୧ା୬: ଟି୨୦ ବିଶ୍ୱକପ୍‌ ଖେଳିବା ଲାଗି ଭାରତର ଷ୍ଟାର ବ୍ୟାଟର ବିରାଟ କୋହଲି ନ୍ୟୁୟର୍କରେ ପହଞ୍ଚିଛନ୍ତି। ଅନ୍ୟ ସାଥୀ ଖେଳାଳିମାନେ ଏଠାରେ ପହଞ୍ଚିବାର ୫ ଦିନ ପରେ ସେ ଆସିଛନ୍ତି।

କୋହଲି ଶନିବାର ବାଂଲାଦେଶ ବିପକ୍ଷରେ ଭାରତର ଓ୍ବାର୍ମଅପ୍‌ ମ୍ୟାଚରେ ଖେଳିବେ କି ନା ତାହା ସ୍ପଷ୍ଟ ହୋଇନାହିଁ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ବରିଷ୍ଠ କର୍ମକର୍ତ୍ତାଙ୍କ ସୂଚନା ଅନୁସାରେ କୋହଲି ଟିମ୍‌ ହୋଟେଲରେ ପ୍ରବେଶ କରିଛନ୍ତି। ଲମ୍ବା ବିମାନଯାତ୍ରା ଯୋଗୁ ସେ ବିଶ୍ରାମ ନେବେ। ‘ବିଗ୍‌ ଆପଲ’ରେ ପହଞ୍ଚିବା ଲାଗି କୋଲହିଙ୍କୁ ୧୬ ଘଣ୍ଟା ଧରି ଯାତ୍ରା କରିବାକୁ ପଡ଼ିଥିଲା।

ନାସାଉ କାଉଣ୍ଟି କ୍ରିକେଟ ଗ୍ରାଉଣ୍ଡରେ ବାଂଲାଦେଶ ବିପକ୍ଷ ମ୍ୟାଚରେ ସେ ଖେଳିବେ କି ନା ତାହା ତାଙ୍କ ଉପରେ ନିର୍ଭର କରେ। କୋହଲି ୧୫ଟି ଆଇପିଏଲ ଗେମ୍‌ରେ ୭୪୧ ରନ୍‌ ସଂଗ୍ରହ କରିଛନ୍ତି। ତାଙ୍କୁ ଅଧିକ ମ୍ୟାଚ ପ୍ରାକ୍ଟିସର ଆବଶ୍ୟକତା ପଡ଼ିବ ନାହିଁ। କିନ୍ତୁ ଜୁନ୍‌ ୫ ଆୟର୍ଲାଣ୍ଡ ବିପକ୍ଷ ପ୍ରଥମ ଗେମ୍‌ ପୂର୍ବରୁ ତାଙ୍କୁ ୩ଟି କ୍ୱାଲିଟି ନେଟ୍‌ ସେସନରେ ଅଂଶଗ୍ରହଣ କରିବାକୁ ପଡ଼ିବ।

ଏହି ଅବସରରେ ଏକ ଅତିରିକ୍ତ ଟ୍ରେନିଂ ସେସନ ହୋଇଥିଲା। ସପୋର୍ଟ ଷ୍ଟାଫ୍‌ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରିଙ୍କୁ ସିଂ, ଶିବମ ଦୁବେ ଓ ମହମ୍ମଦ ସିରାଜ ଏଥିରେ ଜୋରଦାର ଅଭ୍ୟାସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri