Posted inଖେଳ

ବଡ଼ ଉପଲବ୍ଧି ହାସଲ କଲେ କୋହଲି

ହାଇଦ୍ରାବାଦ,୨୬।୯: ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚରେ ବିରାଟ କୋହଲି ୬୩ର ଚମତ୍କାର ଇନିଂସ ଖେଳିଥିଲେ। ଏହି ଇନିଂସ ସହ ବିରାଟ କୋହଲି ଏକ ବିଶେଷ ଉପଲବ୍ଧି ହାସଲ କରିଛନ୍ତି। ସଚିନ ତେନ୍ଦୁଲକରଙ୍କ ପରେ ବିରାଟ କୋହଲି ବର୍ତ୍ତମାନ ଅନ୍ତର୍ଜାତୀୟ କ୍ରିକେଟର ଦ୍ୱିତୀୟ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ବିରାଟ କୋହଲି ରାହୁଲ ଦ୍ରାବିଡଙ୍କୁ ପଛରେ ପକାଇ ଦେଇଛନ୍ତି।
ସଚିନ ତେନ୍ଦୁଲକର ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ ସଂଗ୍ରହ କରିଛନ୍ତି। ଅନ୍ତର୍ଜାତୀୟ କ୍ୟାରିୟର ସମୟରେ ସଚିନ ୩୪୩୫୭ ରନ ସ୍କୋର କରିଥିଲେ। ବିରାଟ କୋହଲି ବର୍ତ୍ତମାନ ୨୪୦୭୮ ରନ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ରାହୁଲ ଦ୍ରାବିଡ ୨୪୦୬୪ ରନ ସହ ଏହି ତାଲିକାରେ ତୃତୀୟ ସ୍ଥାନରେ ରହିଛନ୍ତି।
ବିରାଟ କୋହଲି ୨୦୦୮ରେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିଅର ଆରମ୍ଭ କରିଥିଲେ। ପ୍ରାରମ୍ଭରେ ବିରାଟ କୋହଲି କେବଳ ଦିନିକିଆ କ୍ରିକେଟ ଖେଳିବାର ସୁଯୋଗ ପାଇଥିଲେ। ସେ ୨୬୨ଟି ଦିନିକିଆରେ ୧୨୩୪୪ ରନ ସଂଗ୍ରହ କରିଛନ୍ତି। ବିରାଟ ମଧ୍ୟ ଦିନିକିଆରେ ୪୩ ଶତକ ହାସଲ କରିଛନ୍ତି।
୨୦୧୧ରେ ବିରାଟ କୋହଲି ତାଙ୍କର ଟେଷ୍ଟ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ। ବିରାଟ କୋହଲି ତାଙ୍କର ପ୍ରଥମ ୨୦ ଟେଷ୍ଟ ମ୍ୟାଚରେ ଭଲ ପ୍ରଦର୍ଶନ କରିପାରି ନ ଥିଲେ। ତେବେ ଦଳର ଅଧିନାୟକ ହେବା ପରେ ତାଙ୍କ ଖେଳ ସମ୍ପୂର୍ଣ୍ଣ ବଦଳି ଯାଇଥିଲା। ସେ ୧୦୨ ଟେଷ୍ଟରେ ୮୦୭୪ ରନ ସଂଗ୍ରହ କରିଛନ୍ତି। ତେବେ ଟି-୨୦ କ୍ରିକେଟରେ କୋହଲି ୧୦୭ ଟି-୨୦ ମ୍ୟାଚରେ ୩୬୬୦ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri