Posted inଖେଳ

ବଡ଼ ଉପଲବ୍ଧି ହାସଲ କଲେ କୋହଲି

ପର୍ଥ,୩୧।୧୦: ଟି-୨୦ ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୫ ଉଇକେଟ୍‌ରେ ଭାରତକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ବିରାଟ କୋହଲିଙ୍କୁ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଥିଲେ। ଯଦିଓ ସେ ମାତ୍ର ୧୨ ରନ୍‌ ସ୍କୋର କରିବା ପରେ ଆଉଟ ହୋଇଥିଲେ, କିନ୍ତୁ ସେ ଟି-୨୦ ବିଶ୍ୱକପ୍‌ରେ ୧୦୦୦ ରନ୍‌ ପୂରଣ କରିବାରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି।
କୋହଲିଙ୍କ ଏହା ପଞ୍ଚମ ଟି-୨୦ ବିଶ୍ୱକପ। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ ପରେ କୋହଲି ଟି-୨୦ ବିଶ୍ୱକପ୍‌ରେ ୨୪ଟି ମ୍ୟାଚ୍‌ରେ ହାରାହାରି ୮୯.୯୦ ଏବଂ ଷ୍ଟ୍ରାଇକ ରେଟ ୧୩୨.୦୪ ରନ କରିଛନ୍ତି। ସେ ଟୁର୍ନାମେଣ୍ଟରେ ଦ୍ୱିତୀୟ ସର୍ବାଧିକ ରନ ସ୍କୋରର। ଟି-୨୦ ବିଶ୍ୱକପରେ ଶ୍ରୀଲଙ୍କାର ମହେଲା ଜୟୱାର୍ଦ୍ଧନେ ସର୍ବାଧିକ ରନ କରିଛନ୍ତି। ଜୟୱର୍ଦ୍ଧନେ ଟୁର୍ନାମେଣ୍ଟରେ ୩୧ଟି ମ୍ୟାଚରେ ହାରାହାରି ୩୯.୦୭ ଏବଂ ଷ୍ଟ୍ରାଇକ ହାର ୧୩୪.୭୪ ସ୍କୋର କରିଥିଲେ। ଜୟୱର୍ଦ୍ଧନେଙ୍କ ପଛରେ କୋହଲି ୨୭ ରନ କରିଥିଲେ। ବିରାଟ ୨୮ ରନ ସ୍କୋର କରିଥିଲେ ଜୟୱର୍ଦ୍ଧନେଙ୍କୁ ଅତିକ୍ରମ କରିପାରିଥାନ୍ତେ, କିନ୍ତୁ ଏହି ମ୍ୟାଚରେ ସେ ୧୨ ରନରେ ଆଉଟ୍‌ ହୋଇଯାଇଥିଲେ। ଆଗକୁ ଭାରତକୁ ବାଂଲାଦେଶ ଏବଂ ଜିମ୍ବାୱେ ବିପକ୍ଷରେ ଖେଳିବାକୁ ପଡିବ। ଏଭଳି ପରିସ୍ଥିତିରେ କୋହଲି ସେହି ଦୁଇଟି ମ୍ୟାଚରେ ଜୟୱର୍ଦ୍ଧନେଙ୍କୁ ପଛରେ ପକାଇବାକୁ ଚେଷ୍ଟା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?