Posted inଖେଳ

ଜନ୍ମଦିନରେ ରେକର୍ଡ ବର୍ଷା କଲେ କୋହଲି

କୋଲକାତା,୫।୧୧: ବିରାଟ କୋହଲି ଆଜି ତାଙ୍କର ୩୫ତମ ଜନ୍ମଦିନ ପାଳନ କରୁଛନ୍ତି।ଏହି ଅବସରରେ ସେ ତାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ଏହି ରେକର୍ଡ ବିଶ୍ୱକପରେ ଆସିଛି, ତେଣୁ ଏହାର ଗୁରୁତ୍ୱ ଅଧିକ। ବିରାଟ କୋହଲି ତାଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ଚାରିଥର ବିଶ୍ୱକପ ଖେଳିଛନ୍ତି। ତାଙ୍କର ପ୍ରଥମ ବିଶ୍ୱକପ ୨୦୧୧ରେ ହୋଇଥିଲା। ଏଥିରେ ଭାରତ ଚାମ୍ପିଅନ ହୋଇଥିଲା। ଏହା ପରେ ବିରାଟ ୨୦୧୫,୨୦୧୯ ଏବଂ ବର୍ତ୍ତମାନ ୨୦୨୩ ରେ ଦିନିକିଆ ବିଶ୍ୱକପ ଖେଳିଛନ୍ତି। ଏଭଳି ପରିସ୍ଥିତିରେ ବିରାଟ କୋହଲି ଗତ ତିନୋଟି ଦିନିକିଆ ବିଶ୍ୱକପ୍‌ରେ କେବେବି ୫୦୦ ରନ ସଂଗ୍ରହ କରିନାହାଁନ୍ତି, କିନ୍ତୁ ଏଥର ବିରାଟ କୋହଲି ବିଶ୍ୱକପ୍‌ ଭଲ ଫର୍ମରେ ଅଛନ୍ତି।
ସେ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ମ୍ୟାଚରୁ ରନ ସ୍କୋର କରିବା ଆରମ୍ଭ କରିଥିଲେ ଏବଂ ଆଜି ଦକ୍ଷିଣ ଆଫ୍ରିକା ବିପକ୍ଷ ଅଷ୍ଟମ ବିଶ୍ୱକପ ମ୍ୟାଚରେ ମଧ୍ୟ କୋହଲିଙ୍କ ବ୍ୟାଟ ବନ୍ଦ ହୋଇନାହିଁ। ବିରାଟ ଏହି ବିଶ୍ୱକପର ୮ ଇନିଂସରେ ୫୪୩ ରନ ସଂଗ୍ରହ କରିଛନ୍ତି। ଏହି ଅବଧିରେ ସେ ୨ ଶତକ ଏବଂ ୪ ଅର୍ଦ୍ଧଶତକ ହାସଲ କରିଛନ୍ତି ଏବଂ ତାଙ୍କର ଶ୍ରେଷ୍ଠ ସ୍କୋର ୧୦୩ ରନ ଆଉଟ ହୋଇନାହିଁ। ଏହି ବିଶ୍ୱକପରେ କ୍ୱିଣ୍ଟନ ଡି କକ ପରେ ବିରାଟ ଦ୍ୱିତୀୟ ସର୍ବାଧିକ ରନ ସ୍କୋରର୍‌ ଅଟନ୍ତି। ଦକ୍ଷିଣ ଆଫ୍ରିକାର ଓପନିଂ ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି କକ ଏହି ବିଶ୍ୱକପରେ ଏପର୍ଯ୍ୟନ୍ତ ୫୫୦ ରନ ସଂଗ୍ରହ କରିଛନ୍ତି।
ଜନ୍ମଦିନରେ ‘ମହାରେକର୍ଡ’ ହାସଲ କରି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ସହ ସମକକ୍ଷ ହୋଇଛନ୍ତି ବିରାଟ କୋହଲି। ବିଶ୍ୱକପ୍‌ ୨୦୨୩ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ କୋହଲି ୪୯ ତମ ଶତକ ହାସଲ କରିଛନ୍ତି। ୪୫୨ ଇନିଂସରେ ସଚିନ ୪୯ଟି ଶତକ ଅର୍ଜନ କରିଥିଲେ। କୋହଲି ୨୭୭ ଇନିଂସରେ ଏହା କରି ଦେଖାଇଛନ୍ତି।
ଜନ୍ମଦିନରେ ଦିନିକିଆରେ ଶତକ ଅର୍ଜନ କରିବାରେ କୋହଲି ବିଶ୍ୱର ୭ତମ ଖେଳାଳି। ଏହାପୂର୍ବରୁ ସନଥ ଜୟସୂରିୟା, ଶମ ଲାଥମ, ରସ୍‌ ଟେଲର, ବିନୋଦ କାମ୍ବଲୀ, ସଚିନ ତେନ୍ଦୁଲକର ଏବଂ ମିଚେଲ ମାର୍ଶ ଏପରି କାର୍ଯ୍ୟ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri