Posted inଖେଳ

ଦିନିକିଆ ନେତୃତ୍ୱ ଛାଡ଼ିପାରନ୍ତି କୋହଲି

ନୂଆଦିଲ୍ଲୀ,୧୧।୧୧: ଟି୨୦ ଦଳର ନେତୃତ୍ୱ ଛାଡ଼ିଥିବା ବିରାଟ କୋହଲି ଆଗାମୀ ଦିନରେ ଦିନିକିଆ ଦଳର ଅଧିନାୟକ ପଦ ମଧ୍ୟ ଛାଡ଼ି ପାରନ୍ତି। ଦିନିକିଆ ଦଳର ନେତୃତ୍ୱର ଭବିଷ୍ୟତ ନିର୍ଦ୍ଧାରଣ କରିବା ପାଇଁ କୋହଲିଙ୍କ ସହ ବିସିସିଆଇର ମୁଖ୍ୟ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ବିସିସିଆଇ ନିକଟସ୍ଥ ସୂତ୍ରରୁ କୁହାଯାଇଛ ଯେ, ବୋର୍ଡ ଏବେ କୋହଲିଙ୍କ ଉପରୁ ସୀମିତ ଓଭର ଦଳର ଅଧିନାୟକ ବୋଝ ହଟାଇବାକୁ ଚାହୁଁଛି। ଫଳରେ କୋହଲି ତାଙ୍କ ବ୍ୟାଟିଂ ଉପରେ ଅଧିକ ଧ୍ୟାନ ଦେଇପାରିବେ। ଏହାର ଅର୍ଥ, ନିକଟ ଭବିଷ୍ୟତରେ କୋହଲି ଦିନିକିଆ ଦଳର ଅଧିନାୟକ ପଦ ମଧ୍ୟ ଛାଡ଼ି ପାରନ୍ତି।

ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ୍‌ ପରେ ଦକ୍ଷିଣ ଆଫ୍ରିକା ସହ ହେବାକୁ ଥିବା ଦ୍ୱିପାକ୍ଷିକ ଦିନିକଆ ସିରିଜ୍‌ ଖେଳାଯିବାର ଅଛି। ଏହି ସିରିଜ୍‌ ଆସନ୍ତା ଜାନୁୟାରୀ ୧୧ ତାରିଖରୁ ଆରମ୍ଭ ହେବ। ଯଦି କୋହଲି ଅଧିନାୟକ ପଦ ଛାଡ଼ନ୍ତି, ତେବେ ତାଙ୍କ ବଦଳରେ ରୋହିତ ଶର୍ମାଙ୍କୁ ଦିନିକିଆ ଦଳର କ୍ୟାପଟେନ କରାଯିବାର ବିଶେଷ ସମ୍ଭାବନା ରହିଛି। ଟି୨୦ ଭଳି ଲୋକେଶ ରାହୁଲଙ୍କୁ ଉପଅଧିନାୟକ ଦାୟିତ୍ୱ ଦିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?