Posted inଖେଳ

‘କୋହଲିଙ୍କୁ ବିଶ୍ରାମ ଦରକାର’

ମୁମ୍ବାଇ,୨୦।୪: ଭାରତୀୟ କ୍ରିକେଟର୍‌ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି କେବେ ଏକ ଶତକ ସ୍କୋର କରିବେ, ଏହି ପ୍ରଶ୍ନ ଏବେ ପୁରୁଣା ହୋଇଯାଇଛି। ଏବେ ପ୍ରଶଂସକମାନେ ତାଙ୍କଠାରୁ ଏକ ଭଲ ଇନିଂସ ଆଶା କରୁଛନ୍ତି। ଟିମ ଇଣ୍ଡିଆ ଏବଂ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକତ୍ୱ ଛାଡିବା ପରେ ମଧ୍ୟ ସେ ବ୍ୟାଟ୍ସମ୍ୟାନ ଭାବରେ ଭଳ ପ୍ରଦର୍ଶନ କରିପାରି ନାହାଁନ୍ତି। ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ଶେଷ ମ୍ୟାଚରେ କୋହଲି ‘ଶୂନ’ରେ ଆଉଟ୍‌ ହୋଇଥିଲେ। ପ୍ରଥମ ବଲରେ ଖାତା ନ ଖୋଲି ପ୍ୟାଭିଲିୟନ ଫେରି ଥିଲେ। ଏହି କାରଣରୁ ଟିମ ଇଣ୍ଡିଆର ପୂର୍ବତନ ମୁଖ୍ୟ ରବି ଶାସ୍ତ୍ରୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କୋହଲିଙ୍କୁ କ୍ରିକେଟରୁ ବିରତି ନେବାକୁ ପରାମର୍ଶ ଦେଇଛନ୍ତି। ଶାସ୍ତ୍ରୀ କହିଛନ୍ତି, ବାୟୋ-ବବୁଲ ସହିତ ଜଡିତ ପ୍ରତିବନ୍ଧକ ମଧ୍ୟରେ ଆମେ ଖେଳାଳିମାନଙ୍କର ଯତ୍ନ ନେବା ଉଚିତ୍‌। କୋହଲିଙ୍କଠାରେ ଆଉ ୬-୭ ବର୍ଷ କ୍ରିକେଟ୍‌ ବାକି ଅଛ। ତେଣୁ ତାଙ୍କୁ ବିଶ୍ରାମ ଆବଶ୍ୟକ।
ଆଇପିଏଲ ୨୦୨୨ ପୂର୍ବରୁ କୋହଲି ଆରସିବିର ଅଧିନାୟକତ୍ୱ ଛାଡିଥିଲେ। ତା’ପରେ ସେ ଜଣେ ବ୍ୟାଟ୍ସମ୍ୟାନ ଭାବରେ ଚମତ୍କାର ପ୍ରଦର୍ଶନ କରିବେ ବୋଲି ସମସ୍ତେ ଆଶା ପ୍ରକଟ କରିଥିଲେ। କିନ୍ତୁ ଚଳିତ ସିଜିନ୍‌ରେ ସେ ହାରାହାରି ୭ଟି ମ୍ୟାଚରେ ୧୯.୮୩ରେ ମାତ୍ର ୧୧୯ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri