Posted inଖେଳ

‘ମହାରେକର୍ଡ’ ଲକ୍ଷ୍ୟରେ କୋହଲି

ବ୍ରିଜ୍‌ଟାଉନ୍‌,୨୭।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହେବ। ଏହି ସିରିଜ୍‌ରେ ମାଧ୍ୟମରେ ବିରାଟ କୋହଲି ଏକ ବର୍ଡ ରେକର୍ଡ କରିପାରନ୍ତି। ତାଙ୍କ ଦିନିକିଆ କ୍ୟାରିୟରରେ ୧୩,୦୦୦ ରନ ଛୁଇଁ ପାରିବେ। ଦିନିକିଆରେ ୧୩,୦୦୦ ରନ ପୂରଣ କରିବାକୁ କୋହଲିଙ୍କୁ ମାତ୍ର ୧୦୨ ରନ ଆବଶ୍ୟକ। ଏହି ସିରିଜରେ ୧୦୨ ରନ ସ୍କୋର କରି କୋହଲି ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ହୋଇପାରିବେ। ଏହି ପରିପ୍ରେକ୍ଷୀରେ ସେ ଭାରତୀୟ ପୂର୍ବତନ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇ ପାରିବେ।
ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଗୁରୁବାରଠାରୁ ଆରମ୍ଭ ହେବ। ସିରିଜର ପ୍ରଥମ ମ୍ୟାଚ ବାରବାଡୋସରେ ଖେଳାଯିବ। କୋହଲି ପ୍ରଥମ ମ୍ୟାଚରେ ଏକ ଶତକ ହାସଲ କଲେ ଦିନିକିଆରେ ୧୩,୦୦୦ ରନ ପୂରଣ କରିପାରିବେ। ଦିନିକିଆରେ ୩୨୧ ଇନିଂସରେ ସଚିନ ତେନ୍ଦୁଲକର ଏହି ସଂଖ୍ୟା ଛୁଇଁଛନ୍ତି। ବିରାଟ କୋହଲି ତାଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ୨୬୫ଟି ଇନିଂସ ଖେଳିଛନ୍ତି। ୧୦୨ କଲେ ସେ ଦିନିକିଆରେ ଦ୍ରୁତତମ ୧୩,୦୦୦ ରନ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ୍‌ ହୋଇପାରିବେ।
ଏହାପୂର୍ବରୁ, କୋହଲି ଦ୍ରୁତତମ ୧୨,୦୦୦ ରନ କରିଥିଲେ। ଏଥି ସହିତ କୋହଲି ୮,୦୦୦, ଦ୍ରୁତତମ ୯,୦୦୦, ଦ୍ରୁତତମ ୧୦, ୦୦୦ ଏବଂ ଦ୍ରୁତତମ ୧୧,୦୦୦ ରନ ସ୍କୋର କରିବାରେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଅଟନ୍ତି। ବର୍ତ୍ତମାନ ସେ ମଧ୍ୟ ୧୩,୦୦୦ ରନ ସ୍କୋର କରିବାରେ ଦ୍ରୁତତମ ବ୍ୟାଟ୍ସମ୍ୟାନ ହେବାକୁ ଯାଉଛନ୍ତି।
ବିରାଟ କୋହଲି ଅଗଷ୍ଟ ୧୮, ୨୦୦୮ରେ ନିଜର ଦିନିକିଆ ଡେବ୍ୟୁ କରିଥିଲେ। ସେ ଏପର୍ଯ୍ୟନ୍ତ ୨୭୪ଟି ଦିନିକିଆ ଖେଳିଛନ୍ତି। ଏହି ମ୍ୟାଚଗୁଡିକର ୨୬୫ ଇନିଂସରେ ସେ ହାରାହାରି ୫୭.୩୨ରେ ୧୨୮୯୮ରନ ସ୍କୋର କରିଛନ୍ତି। ସେ ୪୬ ଶତକ ଏବଂ ୫୬ ଅର୍ଦ୍ଧଶତକ କରିଛନ୍ତି। ଦିନିକିଆରେ ସର୍ବାଧିକ ଶତକ ହାସଲ କରିଥିବା ବ୍ୟାଟ୍ସମ୍ୟାନ ତାଲିକାରେ କୋହଲି ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏହି ତାଲିକାରେ ସଚିନ ତେନ୍ଦୁଲକର ୪୯ ଶତକ ସହିତ ଏକ ନମ୍ବରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri