Posted inଖେଳ

ଆଇପିଏଲ୍‌ରେ ଏହି ‘ବିରାଟ’ କାରନାମା କରିବେ କୋହଲି; ଏବେ ଯାଏ ଧୋନୀ-ରୋହିତ-ରାଇନା-କାର୍ତ୍ତିକ ହିଁ…

ନୂଆଦିଲ୍ଲୀ,୧୬।୯: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଅଧିନାୟକ ବିରାଟ କୋହଲି ଆଇପିଏଲ୍‌ର ସବୁଠାରୁ ସଫଳ ବ୍ୟାଟ୍ସମ୍ୟାନ୍‌। ସେ ଆଇପିଏଲ୍‌ ପ୍ରଥମ ସିଜିନରୁ ଆର୍‌ସିବି ସହ ଜଡ଼ିତ ଅଛନ୍ତି। ଲଗାତାର ଗୋଟିଏ ଟିମ୍‌ରୁ ଖେଳୁଥିବା ସେ ଏକମାତ୍ର ଖେଳାଳି। ଏହି ସମୟ ମଧ୍ୟରେ ସେ ଅନେକ ରେକର୍ଡ ହାସଲ କରିଛନ୍ତି। ଆସନ୍ତା ଦିନରେ ହେବାକୁ ଥିବା ଆଇପିଏଲ୍‌-୨୦୨୧ ଦ୍ୱିତୀୟ ପର୍ଯ୍ୟାୟରେ ବଡ଼ ଉପଲବ୍ଧି ହାସଲ କରିବାକୁ ଯାଉଛନ୍ତି। ସେ ମଇଦାନକୁ ଓହ୍ଲାଇବା ମାତ୍ରେ ‘ବିରାଟ’ କାରନାମା କରିବେ।

ଆଇପିଏଲ୍‌ରେ କୋହଲି ନିଜର ୨୦୦ତମ ମ୍ୟାଚ୍‌ ଖେଳିବେ। ଲିଗ୍‌ରେ ୨୦୦ ମ୍ୟାଚ୍‌ ଖେଳିଥିବା ୫ମ ଖେଳାଳି ସେ ପାଲଟିବେ। ତାଙ୍କ ପୂର୍ବରୁ ରୋହିତ ଶର୍ମା, ମହେନ୍ଦ୍ର ସିଂହ ଧୋନୀ, ଦିନେଶ କାର୍ତ୍ତିକ, ସୁରେଶ ରାଇନା ଏହି ତାଲିକାରେ ଅଛନ୍ତି। ତେବେ ଦ୍ୱିତୀୟ ସଂସ୍କରଣରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବ ଆର୍‌ସିବି।
କୋହଲି ଏଯାବତ ୧୯୯ ମ୍ୟାଚ୍‌ ଖେଳିଥିବା ବେଳେ ସେଥିରେ ସେ ୬୦୭୬ ରନ୍‌ କରିଛନ୍ତି। ଏଥିରେ ୪୦ ଅର୍ଦ୍ଧଶତକ ଏବଂ ୫ ଶତକ ରହିଛି। ୨୦୨୧ ଆଇପିଏଲ୍‌ ପ୍ରଥମ ପର୍ଯ୍ୟାୟରେ କୋହଲି ୭ ମ୍ୟାଚ୍‌ ଖେଳି ସେଥିରେ ୧୯୮ ରନ୍‌ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri