Posted inଖେଳ

ବିବାଦକୁ ନେଇ ପ୍ରଥମଥର ମୁହଁ ଖୋଲିଲେ କୋହଲି

ମୁମ୍ବାଇ,୧୫।୧୨: ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଭାରତୀୟ ଦଳରେ ମତଭେଦ ସୃଷ୍ଟି ହୋଇଛି। ବୁଧବାର ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହଲି ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ହେବାକୁ ଥିବା ଦିନିକିଆ ସିରିଜରେ ସେ ଚୟନ ପାଇଁ ଉପଲବ୍ଧ ହେବେ ବୋଲି କୋହଲି ସ୍ପଷ୍ଟ ଭାବେ କହିଛନ୍ତି। ଏହାସହ କୋହଲି ମଧ୍ୟ ଦିନିକିଆ ଦଳର ଅଧିନାୟକତ୍ୱରୁ ବଞ୍ଚିତ ହେବା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଡିସେମ୍ବର ୮ରେ ଦକ୍ଷିଣ ଆଫ୍ରିକା ପାଇଁ ଭାରତ ଟେଷ୍ଟ ଦଳ ଘୋଷଣା ହେବାର ଦେଢ ଼ଘଣ୍ଟା ପୂର୍ବରୁ ତାଙ୍କୁ ଦିନିକିଆ ଦଳର ଅଧିନାୟକତ୍ୱରୁ ହଟାଇ ଦିଆଯିବା ସମ୍ପର୍କରେ ସୂଚନା ଦିଆଯାଇଥିଲା।
ଟେଷ୍ଟ ଅଧିନାୟକ ବିରାଟ କୋହଲି ଏହା ସ୍ପଷ୍ଟ କରିଛନ୍ତି ଯେ, ଯେତେବେଳେ ମୁଁ ଟି -୨୦ ଅଧିନାୟକତ୍ୱ ଛାଡିଥିଲି, କେହି ମୋତେ ରୋକି ନ ଥିଲେ। ସମସ୍ତେ ଏହାକୁ ଠିକ୍‌ ବୋଲି କହିଥିଲେ। ପରେ ବିସିସିଆଇକୁ କହିଥିଲି ମୁଁ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଜାରି ରଖିବାକୁ ଚାହୁଁଛି। କିନ୍ତୁ ଯଦି ଚୟନକର୍ତ୍ତା ଅନ୍ୟ କାହାକୁ ଉପଯୁକ୍ତ ଭାବନ୍ତି ତେବେ ସେମାନେ ନିଷ୍ପତ୍ତି ନେଇପାରନ୍ତି ବୋଲି କହିଥିଲି। କିନ୍ତୁ ଡିସେମ୍ବର ୮ରେ ହଠାତ୍‌ ଚୟନକର୍ତ୍ତା ଦିନିକିଆ ଅଧିନାୟକ ପଦରେ ମୁଁ ଆଉ ରହିବି ନାହିଁ ବୋଲି ମୋତେ କହିଥିଲେ। ତାଙ୍କୁ ଦିନିକିଆ ଅଧିନାୟକ ପଦରୁ ହଟାଯିବା ପାଇଁ ପୂର୍ବରୁ କୁହାଯାଇ ନ ଥିଲା ବୋଲି କୋହଲି କହିଛନ୍ତି।
ସୂଚନାଯୋଗ୍ୟ, ଅଧିନାୟକ ପଦରୁ ହଟାଇବା ପରେ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲି ଏକ ସାକ୍ଷାତକାରରେ କହିଥିଲେ ଯେ, କୋହଲି ଟି-୨୦ ଅଧିନାୟକତ୍ୱ ଛାଡିବାକୁ କହିଥିଲେ। ମୁଁ ନିଜେ ତାଙ୍କ ସହ କଥା ହୋଇ ଅଧିନାୟକ ପଦ ନ ଛାଡିବାକୁ କହିଥିଲି। କିନ୍ତୁ ସେ କାର୍ଯ୍ୟଭାର ଯୋଗୁ ଏପରି ନିଷ୍ପତ୍ତି ନେଇଥିଲେ। ଏଥିରେ କୌଣସି ଭୁଲ୍‌ ନାହିଁ, ଜଣେ ଖେଳାଳି ଭାବେ ସେ ଦଳର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅଂଶ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri