Posted inଖେଳ

ଗାଙ୍ଗୁଲିଙ୍କୁ ପଛରେ ପକାଇଲେ କୋହଲି

ସେଞ୍ଚୁରିୟନ,୨୭।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଖେଳୁଛି ଭାରତୀୟ ଦଳ। ଏହି ମ୍ୟାଚରେ ଭାରତୀୟ ଓପନରମାନେ ଚମତ୍କାର ଇନିଂସ ଖେଲିଛନ୍ତି। ଏଥି ସହିତ ଭାରତୀୟ ଅଧିନାୟକ ବିରାଟ କୋହଲି କୌଣସି ବଡ଼ ଇନିଂସ ଖେଳି ପାରି ନାହାଁନ୍ତି, ଏହା ସତ୍ତ୍ୱେ ସେ ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ଏକ ସ୍ବତନ୍ତ୍ର ରେକର୍ଡକୁ ପଛରେ ପକାଇଛନ୍ତି।
ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ କୋହଲି ପ୍ରଥମ ଟେଷ୍ଟ ମ୍ୟାଚରେ ୯୪ ବଲରେ ୩୫ ରନ ସଂଗ୍ରହ କରିଥିଲେ। ସେଥିରେ ୪ଟି ଚୌକା ରହିଥିଲା। କୋହଲି ବିଦେଶୀ ମାଟିରେ ୪୦୦୦ ରନ ପୂରଣ କରିଛନ୍ତି। ସେ ୯୫ତମ ଇନିଂସରେ ୪,୦୦୦ ରନ ମାର୍କ ଅତିକ୍ରମ କରିଥିଲେ। ଏଥି ସହିତ, କୋହଲି ସୌରଭ ଗାଙ୍ଗୁଲି ଏବଂ ଭିଭିଏସ ଲକ୍ଷ୍ମଣଙ୍କ ଅପେକ୍ଷା ଏହି ସଂଖ୍ୟାକୁ କୋହଲି ଦ୍ରୁତ ଭାବରେ ଅତିକ୍ରମ କରିଛନ୍ତି। ଭାରତୀୟ ଦଳର କୋଚ ତଥା ପୂର୍ବତନ ବ୍ୟାଟ୍ସମ୍ୟାନ ରାହୁଲ ଦ୍ରାବିଡ ଘରୋଇ ଗ୍ରାଉଣ୍ଡରେ ଦ୍ରୁତତମ ୪ ହଜାର ରନ୍‌ କରିଥିଲେ। ଦ୍ରାବିଡ ମାତ୍ର ୭୭ ଇନିଂସରେ ୪୦୦୦ ରନ ପୂରଣ କରିଥିଲେ।
ବିଦେଶରେ ୪ ହଜାର ରନ ପୂରଣ କରିଥିବା ଦ୍ରୁତତମ ଭାରତୀୟ
ରାହୁଲ ଦ୍ରାବିଡ – ୭୭ ଇନିଂସ
ସୁନୀଲ ଗାଭାସ୍କର – ୮୦ ଇନିଂସ
ସଚିନ ତେନ୍ଦୁଲକର – ୮୫ ଇନିଂସ
ବିରାଟ କୋହଲି – ୯୫ ଇନିଂସ
ସୌରଭ ଗାଙ୍ଗୁଲି – ୧୦୩ ଇନିଂସ


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ…

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri