Posted inଖେଳ

କୋହଲି, ପାଣ୍ଡ୍ୟାଙ୍କ ଜବରଦସ୍ତ ଠୁମ୍‌କା

ନୂଆଦିଲ୍ଲୀ,୧୯।୯: ଏସିଆ କପ ୨୦୨୨ରେ ଭାରତୀୟ ଦଳର ପ୍ରଦର୍ଶନ ନିରାଶାଜନକ ଥିଲା। ଭାରତ ଏହି ଟୁର୍ନାମେଣ୍ଟରେ ଫାଇନାଲରେ ପହଞ୍ଚିବାରେ ସକ୍ଷମ ହୋଇ ନ ଥିଲା। ତେବେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଆଗାମୀ ଟି-୨୦ ବିଶ୍ୱକପ ଉପରେ ନଜର ରଖିଛି। ଟି-୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏକ ସିରିଜ ଖେଳିବ।
ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ପୂର୍ବରୁ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଡ୍ୟାନ୍ସ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ହାର୍ଦ୍ଦିକ ପାଣ୍ଡ୍ୟା ଟୁଇଟ୍‌ କରି ଏହି ଡ୍ୟାନ୍ସ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ଉଭୟ ଖେଲାଳି ଜବରଦସ୍ତ ଠୁମ୍‌କା ଲଗାଉଥିବା ଦେଖାଯାଉଛି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଏସିଆ କପରେ ବିରାଟ କୋହଲି ଚମତ୍କାର ବ୍ୟାଟିଂ କରିଥିଲେ। ଏହି ଟୁର୍ନାମେଣ୍ଟର ୫ଟି ମ୍ୟାଚରେ ପୂର୍ବତନ ଭାରତୀୟ ଅଧିନାୟକ ୨୭୬ ରନ ସଂଗ୍ରହ କରିଥିଲେ। ଏଥିସହ ସେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ୬୧ ବଲରୁ ଅପରାଜିତ ୧୨୨ ରନ୍‌ର ଇନିଂସ ଖେଳିଥିଲେ। ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ ଖେଳିବ। ଏହି ସିରିଜର ପ୍ରଥମ ମ୍ୟାଚ ୨୦ ସେପ୍ଟେମ୍ବରରେ ମୋହାଲିରେ ଖେଳାଯିବ। ଏଥି ସହିତ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ ପରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?