Posted inଖେଳ

୩ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି-ରାହୁଲ

କଲମ୍ବୋ,୧୨।୯: ଏସିଆ କପ୍‌ ସୁପର-୪ ଏକ ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ୨୨୮ ରନ ବ୍ୟବଧାନରେ ପାକିସ୍ତାନକୁ ପରାସ୍ତ କରିଛି। ତେବେ ଏହାପୂର୍ବରୁ ବିରାଟ କୋହଲି ଏବଂ କେ.ଏଲ ରାହୁଲ ଭାରତ ପାଇଁ ଶତକୀୟ ଇନିଂସ ଖେଳିଥିଲେ। ବିରାଟ କୋହଲି ଏବଂ କେ.ଏଲ ରାହୁଲଙ୍କ ମଧ୍ୟରେ ତୃତୀୟ ଉଇକେଟ ପାଇଁ ୨୩୩ ରନର ଏକ ଅବିଭକ୍ତ ଭାଗିଦାରୀ ହୋଇଥିଲା। ଏହାସହିତ ବିରାଟ କୋହଲି ଏବଂ କେ.ଏଲ ରାହୁଲ ଅନେକ ବଡ଼ ରେକର୍ଡ ଭାଙ୍ଗିଛନ୍ତି।
ବିରାଟ କୋହଲି ଏବଂ କେ.ଏଲ ରାହୁଲଙ୍କ ମଧ୍ୟରେ ତୃତୀୟ ଉଇକେଟ ପାଇଁ ୨୩୩ ରନ ଭାଗିଦାରୀ ହୋଇଥିଲା। ଏସିଆ କପ ଇତିହାସରେ ଏହା ହେଉଛି ସବୁଠାରୁ ବଡ ଭାଗିଦାରୀ। ଏହାପୂର୍ବରୁ ଏହି ରେକର୍ଡ ପାକିସ୍ତାନର ମହମ୍ମଦ ହାଫିଜ ଏବଂ ନାସିର ଜାମସେଦଙ୍କ ନାମରେ ଥିଲା। ଏସିଆ କପ ୨୦୧୨ରେ ଦୁଇ ଖେଳାଳିଙ୍କ ମଧ୍ୟରେ ୨୨୪ ରନ ଭାଗିଦାରୀ ହୋଇଥିଲା। ଏହି ମ୍ୟାଚରେ ଭାରତ ଏବଂ ପାକିସ୍ତାନର ଦଳ ମୁହାଁମୁହିଁ ହୋଇଥିଲେ।
ଏହା ବ୍ୟତୀତ ବିରାଟ କୋହଲି ଏବଂ କେ.ଏଲ ରାହୁଲ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସବୁଠୁ ବଡ଼ ଭାଗିଦାରୀ କରିଥିଲେ। ଏହାପୂର୍ବରୁ ଏହି ରେକର୍ଡ ସଚିନ ତେନ୍ଦୁଲକର ଏବଂ ନବଜୋତ ସିଂ ସିଦ୍ଧୁଙ୍କ ନାମରେ ଥିଲା। ସଚିନ ତେନ୍ଦୁଲକର ଏବଂ ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରେ ଦ୍ୱିତୀୟ ଉଇକେଟ ପାଇଁ ୨୩୧ ରନ ଭାଗିଦାରୀ ହୋଇଥିଲା। ୨୦୧୮ରେ ଶିଖର ଧାୱନ ଏବଂ ରୋହିତ ଶର୍ମା ପାକିସ୍ତାନ ବିପକ୍ଷରେ ୨୧୦ ରନର ଭାଗିଦାରୀ କରିଥିଲେ।
ଦିନିକିଆ କ୍ରିକେଟ ଇତିହାସରେ ତୃତୀୟ ଥର ଭାରତ ପାଇଁ ୩ ନମ୍ବର ଏବଂ ୪ ନମ୍ବର ବ୍ୟାଟ୍ସମ୍ୟାନ ଏକ ମ୍ୟାଚରେ ଶତକ ହାସଲ କରିଛନ୍ତି। ରାହୁଲ ଦ୍ରାବିଡ଼ ଏବଂ ସଚିନ ତେନ୍ଦୁଲକରଙ୍କ ବ୍ୟତୀତ ଗୌତମ ଗମ୍ଭୀର ଏବଂ ବିରାଟ କୋହଲି ଏହି ସଫଳତା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri