Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ କୋହଲି ଅପରିବର୍ତ୍ତିତ

ଦୁବାଇ,୨୯।୭(ପି.ଟି.): ସଦ୍ୟ ପ୍ରକାଶିତ ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଇଂଲଣ୍ଡ ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ୍‌ ବୋଲିଂ ତାଲିକାର ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଦମ୍‌ଦାର ପ୍ରଦର୍ଶନ କରି ୭ଟି ସ୍ଥାନ ଉପରକୁ ଉଠିଛନ୍ତି। ତୃତୀୟ ଟେଷ୍ଟକୁ ୨୬୯ରେ ଜିତିବା ସହ ଇଂଲଣ୍ଡ ଏହି ସିରିଜକୁ ୨-୧ ବ୍ୟବଧାନରେ ହାତେଇ ନେଇଛି। ମ୍ୟାଚ୍‌ରେ ମୋଟ ୧୦ ଉଇକେଟ ଅକ୍ତିଆର କରି ସେ ୫୦୦ ଟେଷ୍ଟ ଉଇକେଟ ହାସଲ କରି ଏକ ବିରଳ ସଫଳତା ହାସଲ କରିଛନ୍ତି। ୨୦୧୬ ପରେ ପ୍ରଥମଥର ପାଇଁ ସେ ଶ୍ରେଷ୍ଠ ସ୍ଥାନ ଅଧିକାର କରିଛନ୍ତି। ସେତେବେଳେ ମଧ୍ୟ ସେ ତୃତୀୟ ସ୍ଥାନ ଅଧିକାର କରିଥିଲେ। ୩୪ ବର୍ଷୀୟ ବ୍ରଡ ବ୍ୟାଟିଂ ତାଲିକାରେ ମଧ୍ୟ ୭ଟି ସ୍ଥାନ ଉପରକୁ ଉଠିଛନ୍ତି। ପ୍ରଥମ ଇନିଂସରେ ୪୫ ବଲରୁ ୬୨ ରନ ସଂଗ୍ରହ କରି ସେ ଇଂଲଣ୍ଡକୁ ବିପର୍ଯ୍ୟୟରୁ ଉଦ୍ଧାର କରିଥିଲେ। ସେହିପରି ଅଲରାଉଣ୍ଡର ତାଲିକାରେ ୩ଟି ସ୍ଥାନ ଉପରକୁ ଉଠି ସେ ୧୧ତମ ସ୍ଥାନ ଅଧିକାର କରିଛନ୍ତି।
ଅପରପକ୍ଷରେ କୋଭିଡ୍‌-୧୯ ମହାମାରୀ କାରଣରୁ ଟେଷ୍ଟ ଖେଳି ନ ଥିବା ଭାରତୀୟ କ୍ରିକେଟମାନେ ମଧ୍ୟ ଟପ୍‌-୧୦ରେ ସେମାନଙ୍କ ସ୍ଥାନ ବଜାୟ ରଖିଛନ୍ତି। ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାରେ ପୂର୍ବପର ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଅଷ୍ଟ୍ରେଲୀୟ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ ପୂର୍ବପରି ଶୀର୍ଷ ସ୍ଥାନରେ ରହିଛନ୍ତି। ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେ ଯଥାକ୍ରମେ ସପ୍ତମ ଓ ନବମ ସ୍ଥାନ ଅଧିକାର କରିଛନ୍ତି। ଅଲରାଉଣ୍ଡର ତାଲିକାରେ ରବୀନ୍ଦ୍ର ଜାଡେଜା ଓ ରବିଚନ୍ଦ୍ରନ ଅଶ୍ୱିନ ଯଥାକ୍ରମେ ତୃତୀୟ ଓ ପଞ୍ଚମ ସ୍ଥାନରେ ରହିଛନ୍ତି। ତେବେ ବୋଲିଂ ତାଲିକାରେ ବ୍ରଡଙ୍କ ଉନ୍ନତି ଯୋଗୁ ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଗୋଟିଏ ସ୍ଥାନ ତଳକୁ ଖସି ଅଷ୍ଟମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri