Posted inଖେଳ

ବ୍ୟକ୍ତିଗତ କାରଣରୁ ଦକ୍ଷିଣ ଆଫ୍ରିକାରୁ ଘରକୁ ଫେରିଲେ କୋହଲି; ଟେଷ୍ଟ ସିରିଜରୁ ବାଦ୍ ପଡିଲେ ଗାଏକ୍ୱାଡ

ନୂଆଦିଲ୍ଲୀ,୨୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ଟେଷ୍ଟ ପୂର୍ବରୁ ବ୍ୟକ୍ତିଗତ କାରଣରୁ ଘରକୁ ଫେରିଛନ୍ତି ଷ୍ଟାର ବ୍ୟାଟର ବିରାଟ କୋହଲି। ସେହିପରି ଅନ୍ୟତମ ଓପନର ବ୍ୟାଟର ଋତୁରାଜ ଗାଏକ୍ୱାଡ ସମ୍ପୂର୍ଣ୍ଣ ସିରିଜରୁ ବାଦ୍ ପଡିଛନ୍ତି। ଫଳରେ ପ୍ରିଟୋରିଆରେ ଚାଲିଥିବା ତିନି ଦିନିଆ ଇଣ୍ଟର ସ୍କ୍ୱାଡ଼ ମ୍ୟାଚରେ ବିରାଟ ଖେଳିବେ ନାହିଁ। ବିସିସିଆଇ ସୂତ୍ର ଅନୁସାରେ ଋତୁରାଜ ଆଙ୍ଗୁଠିରେ ପାଇଥିବା ଆଘାତ ସମସ୍ୟାରୁ ମୁକୁଳି ପାରିନାହାନ୍ତି। ଯେଉଁଥିପାଇଁ ତାଙ୍କୁ  ଭାରତୀୟ ଟିମ୍ ମ୍ୟାନେଜମେଣ୍ଟ ରିଲିଜ କରିଛି।

ଟେଷ୍ଟ ସିରିଜ୍ ପାଇଁ ନିକଟରେ ଦକ୍ଷିଣ ଆଫ୍ରିକା ଗସ୍ତ କରିଥିବା କୋହଲିଙ୍କୁ ପରିବାରର ଜରୁରୀକାଳୀନ ପରିସ୍ଥିତି ଯୋଗୁଁ ଭାରତ ଫେରିବାକୁ ପଡ଼ିଛି। ତେବେ ସବିଶେସ କାରଣ ସ୍ପଷ୍ଟ ହୋଇନାହିଁ, କିନ୍ତୁ ବିସିସିଆଇ ସୂତ୍ରରୁ ପ୍ରକାଶ ଯେ ଡିସେମ୍ବର 26 ରେ ସେଞ୍ଚୁରିଅନରୁ ଆରମ୍ଭ ହେବାକୁ ଥିବା ପ୍ରଥମ ଟେଷ୍ଟ ପୂର୍ବରୁ ସେ ଟିମ୍ ସହିତ ଯୋଗ ଦେବେ।

ସେହିପରି ଡିସେମ୍ବର ୧୯ ରେ ପୋର୍ଟ ଏଲିଜାବେଥରେ ଘରୋଇ ଟିମ୍ ବିପକ୍ଷରେ ଦ୍ୱିତୀୟ ଦିନିକିଆରେ ଗାଏକ୍ୱାଡଙ୍କ ଆଙ୍ଗୁଠିରେ ଆଘାତ ଲାଗିଥିଲା। ଦ୍ୱିତୀୟ ଦିନିକିଆରେ ଫିଲ୍ଡିଂ କରିବା ସମୟରେ ଆଙ୍ଗୁଠିରେ ଲାଗିଥିବା ଆଘାତରୁ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ପାରିନାହାଁନ୍ତି। ବିସିସିଆଇ ମେଡିକାଲ ଟିମର ତତ୍ୱାବଧାନରେ ଗୁରୁବାର ତୃତୀୟ ତଥା ଅନ୍ତିମ ଦିନିକିଆ ଆରମ୍ଭ ପୂର୍ବରୁ ବିସିସିଆଇ ସୂଚନା ଦେଇଥିଲେ। ବର୍ତ୍ତମାନ ଏହା ଜଣାପଡିଛି ଯେ ଦୁଇଟି ଟେଷ୍ଟ ପୂର୍ବରୁ ତାଙ୍କର ସୁସ୍ଥ ହେବାର କୌଣସି ସୁଯୋଗ ନାହିଁ ଏବଂ ଟିମ୍ ମ୍ୟାନେଜମେଣ୍ଟ ବିସିସିଆଇ ସହିତ ପରାମର୍ଶ କରିବା ପରେ ତାଙ୍କୁ ତୁରନ୍ତ ରିଲିଜ କରିବାକୁ ନିଷ୍ପତ୍ତି ନେଇଛି। ଶନିବାର ସୁଦ୍ଧା ସେ ଭାରତରେ ପହଞ୍ଚିବେ ବୋଲି ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri