Posted inଖେଳ

ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌: ଟପ୍‌ ୫କୁ ଫେରିଲେ କୋହଲି

ଦୁବାଇ,୧୮।୩(ପି.ଟି.): ଇଂଲଣ୍ଡ ବିପକ୍ଷ ଚଳିତ ଟି୨୦ ସିରିଜରେ ଦମ୍‌ଦାର ପ୍ରଦର୍ଶନ କରି ଭାରତୀୟ ଅଧିନାୟକ ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍‌ର ଶ୍ରେଷ୍ଠ ୫ଟି ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ବୁଧବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ କୋହଲି ବ୍ୟାଟିଂ ତାଲିକାରେ ଗୋଟିଏ ସ୍ଥାନ ଉପରକୁ ଉଠି ୫ମ ସ୍ଥାନ ଅଧିକାର କରିଛନ୍ତି। ଦ୍ୱିତୀୟ ଓ ତୃତୀୟ ଟି୨୦ରେ ସେ ଅପରାଜିତ ୭୩ ଓ ୭୭ ରନ ସଂଗ୍ରହ କରି ୪୭ ରେଟିଂ ପଏଣ୍ଟ ହାସଲ କରିଛନ୍ତି। ସେହିପରି କ୍ରମାଗତ ୩ଟି ମ୍ୟାଚ୍‌ରେ ବିଫଳ ହୋଇଥିଲେ ମଧ୍ୟ ଶ୍ରେଷ୍ଠ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ଲୋକେଶ ରାହୁଲ ପୂର୍ବପରି ଚତୁର୍ଥ ସ୍ଥାନରେ ସ୍ଥିର ରହିଛନ୍ତି। ଶ୍ରେୟାସ ଆୟାର ୩୨ଟି ସ୍ଥାନ ଉପରକୁ ଉଠି ୩୧ତମ ସ୍ଥାନରେ ରହିଛନ୍ତି। ସେହିପରି ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ୩୦ଟି ସ୍ଥାନ ଉପରକୁ ଉଠି ୮୦ତମ ସ୍ଥାନରେ ରହିଛନ୍ତି।
ଅନ୍ୟପଟେ ବୋଲିଂ ତାଲିକାରେ ଓ୍ବାଶିଂଟନ ସୁନ୍ଦର ଦୁଇଟି ସ୍ଥାନ ଉପରକୁ ଉଠି ୧୧ତମ ଓ ଦ୍ରୁତ ବୋଲର ଶାର୍ଦ୍ଦୁଳ ଠାକୁର ୧୪ଟି ସ୍ଥାନ ଉପରକୁ ଉଠି ୨୭ତମ ସ୍ଥାନରେ ରହିଛନ୍ତି। ସେହିପରି ଭୁବନେଶ୍ୱର କୁମାର ୭ଟି ସ୍ଥାନ ଉପରକୁ ଉଠି ୪୫ତମ ସ୍ଥାନ ଅଧିକାର କରିଛନ୍ତି।
ଇଂଲଣ୍ଡ ଓପନର ଜୋଶ ବଟଲର ଟପ୍‌ ୨୦କୁ ଫେରିଛନ୍ତି। ତୃତୀୟ ଟି୨୦ରେ ମ୍ୟାଚ୍‌ ବିଜୟୀ ଅପରାଜିତ ୮୩ ରନର ଇନିଂସ ଖେଳି ସେ ୫ଟି ସ୍ଥାନ ଉପରକୁ ଉଠି ୧୯ତମ ସ୍ଥାନରେ ରହିଛନ୍ତି। ତେବେ ୨୦୧୮ ଅକ୍ଟୋବରରେ ସେ କ୍ୟାରିୟର ଶ୍ରେଷ୍ଠ ୧୭ତମ ସ୍ଥାନ ଅଧିକାର କରିଥିଲେ। ସେହିପରି ଜନି ବେୟାରଷ୍ଟୋ ଦୁଇଟି ସ୍ଥାନ ଉପରକୁ ଉଠି ୧୪ତମ ସ୍ଥାନରେ ପହଞ୍ଚିଛନ୍ତି। ଡାଓ୍ବିଡ ମଲାନ ବ୍ୟାଟିଂ ତାଲିକାର ଶୀର୍ଷରେ ରହିଛନ୍ତି। ଓପନର ଜାସନ ରୟ ୪ଟି ସ୍ଥାନ ଉପରକୁ ଉଠି ୨୪ତମ ସ୍ଥାନରେ ରହିଛନ୍ତି। ସେ ପ୍ରଥମ ଦୁଇଟି ମ୍ୟାଚ୍‌ରେ ୪୯ ଓ ୪୬ ରନ ସଂଗ୍ରହ କରିଛନ୍ତି। ଦ୍ରୁତ ବୋଲର ଜୋଫ୍ରା ଆର୍ଚର ୪୩ଟି ସ୍ଥାନ ଉପରକୁ ଉଠି ୩୪ ଓ ମାର୍କ ଉଡ୍‌ ୫୯ଟି ସ୍ଥାନ ଉପରକୁ ଉଠି ୩୯ତମ ସ୍ଥାନରେ ରହିଛନ୍ତି। ବାମ୍‌ହାତୀ ସ୍ପିନର ସାମ କୁରାନ ୪୧ଟି ସ୍ଥାନ ଉପରକୁ ଉଠି ୭୪ତମ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?