Posted inଖେଳ

ପ୍ରସିଦ୍ଧି ଅର୍ଜନକୁ ନେଇ ଏମିତି କହିଲେ କୋହଲି

ନୂଆଦିଲ୍ଲୀ,୮।୧: ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ବିରାଟ କୋହଲି ବାଂଲାଦେଶ ବିପକ୍ଷ ଦିନିକିଆ ଏବଂ ଟେଷ୍ଟ ସିରିଜ ପରେ ବିରାଟ କୋହଲି ବିଶ୍ରାମ ନେଉଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜରୁ ଦଳକୁ ଫେରିବେ। ଏହି ସିରିଜ ପୂର୍ବରୁ ସେ ଇନଷ୍ଟାଗ୍ରାମରେ ଦୁଇଟି ଷ୍ଟାଟସ ପୋଷ୍ଟ କରିଛନ୍ତି। ଏନେଇ ପ୍ରଶଂସକମାନେ ବିଭିନ୍ନ କଳ୍ପନା ଜଳ୍ପନା କରୁଛନ୍ତି।
ବିରାଟ ବଲିଉଡ ଅଭିନେତା ଇରଫାନ ଖାନଙ୍କ ଫଟୋ ସହିତ ଲେଖିଛନ୍ତି, ଖ୍ୟାତି ଲାଭ କରିବାର ଇଚ୍ଛା ଏକ ରୋଗ ଏବଂ ଦିନେ ମୁଁ ଏହି ରୋଗରୁ ମୁକ୍ତ ହେବାକୁ ଚାହେଁ। ଖ୍ୟାତି କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ। ଜୀବନକୁ ଅନୁଭବ କରିବା ଏବଂ ଠିକ ରହିବା ଯଥେଷ୍ଟ।
କୋହଲି ଟମ ହ୍ୟାଙ୍କସ୍‌ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଟମ କହୁଛନ୍ତି, ମୁଁ ଜାଣିଥାନ୍ତି କି, ଏହା ବିତିଯିବ। ଆପଣ ବର୍ତ୍ତମାନ ଖରାପ ଅନୁଭବ କରୁଛନ୍ତି କି? ଆପଣ ରାଗ ଆସୁଛି କି? ଏହା ମଧ୍ୟ ବିତିଯିବ।
ବିରାଟ କୋହଲି କାହିଁକି ଇନଷ୍ଟାଗ୍ରାମରେ ଏଭଳି ଷ୍ଟାଟସ ପୋଷ୍ଟ କରିଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ, କିନ୍ତୁ ପ୍ରଶଂସକମାନେ ଏହାକୁ ନେଇ ବିଭିନ୍ନ କଳ୍ପନାଜଳ୍ପନା କରୁଛନ୍ତି। ବିରାଟ କୋହଲି ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଅନେକ ପୋଷ୍ଟ ଶେୟାର କରିଥିଲେ। ଏହାପୂର୍ବରୁ ସେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଦୁବାଇ ଛୁଟି କାଟିବାକୁ ଯାଇଥିଲେ। ଏହାପରେ ସେ ବୃନ୍ଦାବନ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri