Posted inଖେଳ

ଆଇସିସି ଉପରେ କୋହଲି ଖପ୍ପା: କଥାରେ କଥାରେ ଦେଲେ ଚେତାବନୀ; କହିଲେ ଏହା ଉପରେ ବିଚାର କରିବା…

ସାଉଥାମ୍ପଟନ,୨୪।୬: ଭାରତୀୟ କ୍ରିକେଟ ଟିମ୍‌ର ମୁଖ୍ୟ ପ୍ରଶିକ୍ଷକ ରବିଶାସ୍ତ୍ରୀଙ୍କ ସ୍ବରରେ ସ୍ବର ମିଳାଇଛନ୍ତି ଅଧିନାୟକ ବିରାଟ କୋହଲି। ଦୁନିଆର ସର୍ବଶ୍ରେଷ୍ଠ ଟେଷ୍ଟ ଦଳକୁ ଗୋଟିଏ ଫାଇନାଲ ଆଧାରରେ ନୁହେଁ ବରଂ ତିନୋଟି ଫାଇନାଲର ଶ୍ରେଷ୍ଠ ଆଧାରରେ ବିଚାର କରାଯିବା ଉଚିତ।

ମ୍ୟାଚ୍‌ ପରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କୋହଲି କହିଛନ୍ତି, ଗୋଟିଏ ଫାଇନାଲ ମ୍ୟାଚ୍‌ରୁ ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଦଳ ନିର୍ଣ୍ଣୟ କରିବା ସପକ୍ଷରେ ମୁଁ ନୁହେଁ। ଯଦି ଟେଷ୍ଟ ସିରିଜ ହୋଇଥାଏ ତେବେ ତିନୋଟି ଟେଷ୍ଟରୁ କେଉଁ ଦଳର ପ୍ରତ୍ୟାବର୍ତ୍ତନ କରିବାର କ୍ଷମତା ରହିଛି ଜଣାପଡ଼ିଥାଏ। ଯେପରି ତୁମେ ଦୁଇ ଦିନ ଭଲ ଖେଳିଛ ଏବଂ ହଠାତ୍‌ ତୁମେ ଭଲ ଟେଷ୍ଟ ଦଳ ନୁହଁ ବୋଲି କୁହାଯାଏ। ମୁଁ ଏହାକୁ ବିଶ୍ୱାସ କରେ ନାହିଁ ବୋଲି ବିରାଟ କହିଛନ୍ତି।

ପୂର୍ବରୁ ଇଂଲଣ୍ଡ ଗସ୍ତ ପୂର୍ବରୁ ଶାସ୍ତ୍ରୀ ତିନୋଟି ଫାଇନାଲ ଶ୍ରେୟ ବୋଲି କହିଥିଲେ। ଭବିଷ୍ୟତରେ ଏହାକୁ ବିଚାର କରାଯିବା ଉଚିତ। ତିନୋଟି ମ୍ୟାଚ୍‌ରେ ପ୍ରୟାସ, ଉତ୍ଥାନ-ପତନ, ପରିସ୍ଥିତି ବଦଳିଯାଇଥାଏ। ତ୍ରୁଟି ସଂଶୋଧନ କରିବାର ସୁଯୋଗ ମିଳିଥାଏ। ଏହାପରେ ଚାମ୍ପିୟାନ କିଏ ତାହା ଜଣାପଡେ ବୋଲି ସେ କହିଥିଲେ।

ଏବେ ବିରାଟ କଥା କାଳରେ ଆଇସିସିକୁ ଚେତାବନୀ ଦେଇଛନ୍ତି। ବିଶେଷକରି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ଫର୍ମାଟକୁ ଆହୁରି ଉନ୍ନତ କରିବାକୁ ହେବ ବୋଲି ସେ ଇଙ୍ଗିତ ଦେଇଛନ୍ତି। ନ୍ୟୁଜିଲାଣ୍ଡଠାରୁ ହାରିବା ଦୁଇ ବର୍ଷ ମଧ୍ୟରେ ତାଙ୍କ ଦଳର ସଫଳତାକୁ ଦର୍ଶାଉ ନାହିଁ। ଏହାଦ୍ୱାରା ଆମେ ଚିନ୍ତିତ ନୁହଁ। କାରଣ ଗତ ୩ରୁ ୪ ବର୍ଷ ଧରି ଭଲ ପ୍ରଦର୍ଶନ କରିଆସୁଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri