Posted inଖେଳ

ଆଇସିସି ଉପରେ କୋହଲି ଖପ୍ପା: କଥାରେ କଥାରେ ଦେଲେ ଚେତାବନୀ; କହିଲେ ଏହା ଉପରେ ବିଚାର କରିବା…

ସାଉଥାମ୍ପଟନ,୨୪।୬: ଭାରତୀୟ କ୍ରିକେଟ ଟିମ୍‌ର ମୁଖ୍ୟ ପ୍ରଶିକ୍ଷକ ରବିଶାସ୍ତ୍ରୀଙ୍କ ସ୍ବରରେ ସ୍ବର ମିଳାଇଛନ୍ତି ଅଧିନାୟକ ବିରାଟ କୋହଲି। ଦୁନିଆର ସର୍ବଶ୍ରେଷ୍ଠ ଟେଷ୍ଟ ଦଳକୁ ଗୋଟିଏ ଫାଇନାଲ ଆଧାରରେ ନୁହେଁ ବରଂ ତିନୋଟି ଫାଇନାଲର ଶ୍ରେଷ୍ଠ ଆଧାରରେ ବିଚାର କରାଯିବା ଉଚିତ।

ମ୍ୟାଚ୍‌ ପରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କୋହଲି କହିଛନ୍ତି, ଗୋଟିଏ ଫାଇନାଲ ମ୍ୟାଚ୍‌ରୁ ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଦଳ ନିର୍ଣ୍ଣୟ କରିବା ସପକ୍ଷରେ ମୁଁ ନୁହେଁ। ଯଦି ଟେଷ୍ଟ ସିରିଜ ହୋଇଥାଏ ତେବେ ତିନୋଟି ଟେଷ୍ଟରୁ କେଉଁ ଦଳର ପ୍ରତ୍ୟାବର୍ତ୍ତନ କରିବାର କ୍ଷମତା ରହିଛି ଜଣାପଡ଼ିଥାଏ। ଯେପରି ତୁମେ ଦୁଇ ଦିନ ଭଲ ଖେଳିଛ ଏବଂ ହଠାତ୍‌ ତୁମେ ଭଲ ଟେଷ୍ଟ ଦଳ ନୁହଁ ବୋଲି କୁହାଯାଏ। ମୁଁ ଏହାକୁ ବିଶ୍ୱାସ କରେ ନାହିଁ ବୋଲି ବିରାଟ କହିଛନ୍ତି।

ପୂର୍ବରୁ ଇଂଲଣ୍ଡ ଗସ୍ତ ପୂର୍ବରୁ ଶାସ୍ତ୍ରୀ ତିନୋଟି ଫାଇନାଲ ଶ୍ରେୟ ବୋଲି କହିଥିଲେ। ଭବିଷ୍ୟତରେ ଏହାକୁ ବିଚାର କରାଯିବା ଉଚିତ। ତିନୋଟି ମ୍ୟାଚ୍‌ରେ ପ୍ରୟାସ, ଉତ୍ଥାନ-ପତନ, ପରିସ୍ଥିତି ବଦଳିଯାଇଥାଏ। ତ୍ରୁଟି ସଂଶୋଧନ କରିବାର ସୁଯୋଗ ମିଳିଥାଏ। ଏହାପରେ ଚାମ୍ପିୟାନ କିଏ ତାହା ଜଣାପଡେ ବୋଲି ସେ କହିଥିଲେ।

ଏବେ ବିରାଟ କଥା କାଳରେ ଆଇସିସିକୁ ଚେତାବନୀ ଦେଇଛନ୍ତି। ବିଶେଷକରି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ଫର୍ମାଟକୁ ଆହୁରି ଉନ୍ନତ କରିବାକୁ ହେବ ବୋଲି ସେ ଇଙ୍ଗିତ ଦେଇଛନ୍ତି। ନ୍ୟୁଜିଲାଣ୍ଡଠାରୁ ହାରିବା ଦୁଇ ବର୍ଷ ମଧ୍ୟରେ ତାଙ୍କ ଦଳର ସଫଳତାକୁ ଦର୍ଶାଉ ନାହିଁ। ଏହାଦ୍ୱାରା ଆମେ ଚିନ୍ତିତ ନୁହଁ। କାରଣ ଗତ ୩ରୁ ୪ ବର୍ଷ ଧରି ଭଲ ପ୍ରଦର୍ଶନ କରିଆସୁଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri