Posted inଖେଳ

କଟକ ଦିନିକିଆରେ କୋହଲି ଖେଳିବେ ନା ନାହିଁ: ଆସିଲା ବଡ଼ ଅପଡେଟ୍‌

ନାଗପୁର,୭।୨: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ବିରାଟ କୋହଲି ନ ଖେଳିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ଥିଲା। କୋହଲି ବିଶ୍ୱର ସବୁଠାରୁ ଫିଟ ଖେଳାଳିଙ୍କ ମଧ୍ୟରୁ ଜଣେ, ତେଣୁ ଫିଟନେସ କାରଣରୁ ତାଙ୍କୁ ପ୍ଲେଇଙ୍ଗ-୧୧ରୁ ବାଦ ଦିଆଯିବା ଏକ ଏପରି ଖବର ଯାହା ବିଶ୍ୱାସ କରିବା ଟିକେ କଷ୍ଟକର। ସତ କଥା ହେଉଛି, ଆଣ୍ଠୁ ଆଘାତ ଯୋଗୁ ବିରାଟଙ୍କୁ ଇଂଲଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳି ନ ଥିଲେ। ଏବେ ତାଙ୍କ ଆଘାତ ଏବଂ କଟକରେ ହେବାକୁ ଥିବା ଦ୍ୱିତୀୟ ମ୍ୟାଚ ଖେଳିବା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି।
ଶୁଭମନ ଗିଲ ଏକ ଅପଡେଟ ଦେଇ କହିଛନ୍ତି, ମ୍ୟାଚ ପୂର୍ବରୁ ସନ୍ଧ୍ୟାରେ ଅଭ୍ୟାସ ସମୟରେ ବିରାଟ ସମ୍ପୂର୍ଣ୍ଣ ଫିଟ ଦେଖାଯାଉଥିଲେ। ନାଗପୁରରେ ପ୍ରଥମ ଏକଦିବସୀୟ ମ୍ୟାଚ ଖେଳାଯିବା ପୂର୍ବରୁ ତାଙ୍କୁ ଅଭ୍ୟାସ କରୁଥିବାର ମଧ୍ୟ ଦେଖାଯାଇଥିଲା। କିନ୍ତୁ ରୋହିତ ଶର୍ମା ଟସ ସମୟରେ କହିଲେ ଯେ, ବିରାଟ ପ୍ଲେଇଙ୍ଗ-୧୧ର ଅଂଶ ହେବେ ନାହିଁ, ଏହା ବିଶେଷକରି ଭାରତୀୟ ପ୍ରଶଂସକଙ୍କ ପାଇଁ ଏକ ନିରାଶାଜନକ ଏବଂ ଆଶ୍ଚର୍ଯ୍ୟଜନକ ଖବର ଥିଲା। ପୂର୍ବରୁ ଲାଗୁଥିଲା ଯେ, ଯଶସ୍ବୀ ଜୟସ୍ବାଲଙ୍କୁ କୋହଲିଙ୍କ ସ୍ଥାନରେ ନିଆଯାଇଛି, କିନ୍ତୁ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ, ତାଙ୍କୁ କୋହଲିଙ୍କ ସ୍ଥାନରେ ନିଆଯାଇଛି।
ଅଭ୍ୟାସ ସମୟରେ ବିରାଟଙ୍କ ଆଣ୍ଠୁରେ କୌଣସି ସମସ୍ୟା ନ ଥିଲା, କିନ୍ତୁ ହୋଟେଲରେ ପହଞ୍ଚିବା ପରେ ଏହା ଫୁଲି ଯାଇଥିଲା। ଏହା ଏକ ବହୁତ ଗମ୍ଭୀର ସମସ୍ୟା ନୁହେଁ, ସେ ନିଶ୍ଚିତ ଭାବରେ କଟକରେ ହେବାକୁ ଥିବା ଦ୍ୱିତୀୟ ଏକଦିବସୀୟ ମ୍ୟାଚ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri