Posted inଖେଳ

କଟକ ଦିନିକିଆରେ କୋହଲି ଖେଳିବେ ନା ନାହିଁ: ଆସିଲା ବଡ଼ ଅପଡେଟ୍‌

ନାଗପୁର,୭।୨: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ବିରାଟ କୋହଲି ନ ଖେଳିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ଥିଲା। କୋହଲି ବିଶ୍ୱର ସବୁଠାରୁ ଫିଟ ଖେଳାଳିଙ୍କ ମଧ୍ୟରୁ ଜଣେ, ତେଣୁ ଫିଟନେସ କାରଣରୁ ତାଙ୍କୁ ପ୍ଲେଇଙ୍ଗ-୧୧ରୁ ବାଦ ଦିଆଯିବା ଏକ ଏପରି ଖବର ଯାହା ବିଶ୍ୱାସ କରିବା ଟିକେ କଷ୍ଟକର। ସତ କଥା ହେଉଛି, ଆଣ୍ଠୁ ଆଘାତ ଯୋଗୁ ବିରାଟଙ୍କୁ ଇଂଲଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳି ନ ଥିଲେ। ଏବେ ତାଙ୍କ ଆଘାତ ଏବଂ କଟକରେ ହେବାକୁ ଥିବା ଦ୍ୱିତୀୟ ମ୍ୟାଚ ଖେଳିବା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି।
ଶୁଭମନ ଗିଲ ଏକ ଅପଡେଟ ଦେଇ କହିଛନ୍ତି, ମ୍ୟାଚ ପୂର୍ବରୁ ସନ୍ଧ୍ୟାରେ ଅଭ୍ୟାସ ସମୟରେ ବିରାଟ ସମ୍ପୂର୍ଣ୍ଣ ଫିଟ ଦେଖାଯାଉଥିଲେ। ନାଗପୁରରେ ପ୍ରଥମ ଏକଦିବସୀୟ ମ୍ୟାଚ ଖେଳାଯିବା ପୂର୍ବରୁ ତାଙ୍କୁ ଅଭ୍ୟାସ କରୁଥିବାର ମଧ୍ୟ ଦେଖାଯାଇଥିଲା। କିନ୍ତୁ ରୋହିତ ଶର୍ମା ଟସ ସମୟରେ କହିଲେ ଯେ, ବିରାଟ ପ୍ଲେଇଙ୍ଗ-୧୧ର ଅଂଶ ହେବେ ନାହିଁ, ଏହା ବିଶେଷକରି ଭାରତୀୟ ପ୍ରଶଂସକଙ୍କ ପାଇଁ ଏକ ନିରାଶାଜନକ ଏବଂ ଆଶ୍ଚର୍ଯ୍ୟଜନକ ଖବର ଥିଲା। ପୂର୍ବରୁ ଲାଗୁଥିଲା ଯେ, ଯଶସ୍ବୀ ଜୟସ୍ବାଲଙ୍କୁ କୋହଲିଙ୍କ ସ୍ଥାନରେ ନିଆଯାଇଛି, କିନ୍ତୁ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ, ତାଙ୍କୁ କୋହଲିଙ୍କ ସ୍ଥାନରେ ନିଆଯାଇଛି।
ଅଭ୍ୟାସ ସମୟରେ ବିରାଟଙ୍କ ଆଣ୍ଠୁରେ କୌଣସି ସମସ୍ୟା ନ ଥିଲା, କିନ୍ତୁ ହୋଟେଲରେ ପହଞ୍ଚିବା ପରେ ଏହା ଫୁଲି ଯାଇଥିଲା। ଏହା ଏକ ବହୁତ ଗମ୍ଭୀର ସମସ୍ୟା ନୁହେଁ, ସେ ନିଶ୍ଚିତ ଭାବରେ କଟକରେ ହେବାକୁ ଥିବା ଦ୍ୱିତୀୟ ଏକଦିବସୀୟ ମ୍ୟାଚ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri