ଆଇପିଏଲ୍‌ରେ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ତାଲିକାରେ କୋହଲି ଶୀର୍ଷରେ

ନୂଆଦିଲ୍ଲୀ, ୧୫।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଭାରତରେ କରୋନା ମହାମାରୀ ଜଟିଳ ପରିସ୍ଥିତିକୁ ଦେଖି ଚଳିତ ସଂସ୍କରଣ ୟୁଏଇରେ ଆୟୋଜନ କରିବାକୁ ବିସିସିଆଇ ନିଷ୍ପତ୍ତି ନେଇଛି। ଆଇପିଏଲ୍‌-୧୩ ଆରମ୍ଭ ହେବାକୁ ଆଉ ଗୋଟିଏ ସପ୍ତାହରୁ କମ୍‌ ସମୟ ବାକି ରହିଥିବାବେଳେ ସମସ୍ତ ୮ଟି ଟିମ୍‌ ଜୋର୍‌ଦାର ପ୍ରସ୍ତୁତି ଜାରି ରଖିଛନ୍ତି। ଯଦି ଆଇପିଏଲ୍‌ର ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ତାଲିକାକୁ ଦେଖିବା ତେବେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ସର୍ବାଗ୍ରେ ରହିଛନ୍ତି। ସେହିଭଳି ଟପ୍‌-୫ରେ ମଧ୍ୟ ୪ ଜଣ ଭାରତୀୟ ବ୍ୟାଟ୍ଦମ୍ୟାନ ରହିବାର ସୌଭାଗ୍ୟ ଲାଭ କରିଛନ୍ତି।


ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅଧିନାୟକ କୋହଲି ୧୭୭ ଆଇପିଏଲ୍‌ ମ୍ୟାଚ୍‌ ଖେଳି ୩୭.୮୪ ଆଭରେଜରେ ୫,୪୧୨ ରନ୍‌ ସଂଗ୍ରହ କରିଛନ୍ତି। ତାଙ୍କ ନାମରେ ୫ ଶତକ ଓ ୩୬ ଅର୍ଦ୍ଧଶତକ ରହିଛି। ଏହି ତାଲିକାରେ କୋହଲିଙ୍କ ପଛକୁ ଚେନ୍ନାଇ ସୁପର୍‌ କିଙ୍ଗ୍ସର ଅଭିଜ୍ଞ ଖେଳାଳି ସୁରେଶ ରାଇନା ରହିଛନ୍ତି। ରାଇନା ୧୯୩ ମ୍ୟାଚ୍‌ରୁ ୫,୩୬୮ ରନ କରିଛନ୍ତି। ରାଇନାଙ୍କ ଷ୍ଟ୍ରାଇକ ରେଟ୍‌ ୧୩୭ରୁ ଊର୍ଦ୍ଧ୍ୱ ରହିଥିବାବେଳେ ସେ ଗୋଟିଏ ଶତକ ଓ ୩୮ ଅର୍ଦ୍ଧଶତକ ମଧଧ୍ୟ ହାସଲ କରିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ରୋହିତ୍‌ ଶର୍ମା ଏହି ତାଲିକାର ୩ୟ ସ୍ଥାନରେ ରହିଛନ୍ତି। ରୋହିତ୍‌ ୧୮୮ ମ୍ୟାଚ୍‌ରୁ ୧ ଶତକ ଓ ୩୬ ଅର୍ଦ୍ଧଶତକ ସହାୟତାରେ ୪,୮୯୮ ରନ କରିଛନ୍ତି।


ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନର ୪,୭୦୬ ରନ ସହ ଏହି ତାଲିକାର ୪ର୍ଥ ସ୍ଥାନରେ ରହିଛନ୍ତି। ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପକ୍ଷରୁ ଖେଳୁଥିବା ଓ୍ବାର୍ନର ଆଇପିଏଲ୍‌ରେ ୪ ଶତକ ଓ ୪୪ ଅର୍ଦ୍ଧଶତକ ମଧ୍ୟ ହାସଲ କରିଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସର ଶିଖର ଧାଓ୍ବନ ୧୫୯ ମ୍ୟାଚ୍‌ରୁ ୪,୫୭୯ ରନ ସହ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ତାଲିକାରେ ୫ମ ସ୍ଥାନ ଲାଭ କରିଛନ୍ତି। ୩୭ ଅର୍ଦ୍ଧଶତକ ହାସଲ କରିଥିବା ଧାଓ୍ବନ ଆଜି ପର୍ଯ୍ୟନ୍ତ ଆଇପିଏଲ୍‌ରେ ଶତକ ଅର୍ଜନ କରିପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?