Posted inଖେଳ

କୋହଲିଙ୍କୁ ପଛରେ ପକାଇ ଦେଲେ ଏହି ଅଷ୍ଟ୍ରେଲୀୟ ମହିଳା କ୍ରିକେଟର୍‌

ବ୍ରିସବେନ୍‌, ୫।୧୦: ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଦିନିକିଆ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୪ ଉଇକେଟ୍‌ରେ ବିଜୟ ହାସଲ କରିଛି। ସୋମବାର ସ୍ଥାନୀୟ ଆଲାନ୍‌ ବର୍ଡର ଫିଲ୍ଡରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ୍‌ରେ ୨୫୨ ରନ କରିଥିଲା। ଜବାବରେ ଘରୋଇ ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍‌ ଦଳ ଅଧିନାୟିକା ମେଗ୍‌ ଲାନ୍ନିଂ (୧୦୧ ରନ, ୯୬ ବଲ୍‌)ଙ୍କ ଅପରାଜିତ ଶତକ ବଳରେ ୪୫.୧ ଓଭରରେ ୬ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା।


ବର୍ଷୀୟା ଲାନ୍ନିଂଙ୍କ ଦିନିକିଆ କ୍ରିକେଟ୍‌ରେ ଏହା ୧୪ତମ ଶତକ ଥିଲା। ଏଥିସହ ଦିନିକିଆରେ ୧୪ତମ ଶତକ ହାସଲ କରିବାରେ ସେ ବିଶ୍ୱର ଦ୍ରୁତତ୍ତମ ଖେଳାଳି ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଉଭୟ ପୁରୁଷ ଓ ମହିଳା କ୍ରିକେଟର୍‌ଙ୍କ ମଧ୍ୟରେ ସେ ସବୁଠାରୁ କମ୍‌ ଇନିଂସ ଖେଳି ଦିନିକିଆରେ ୧୪ ଶତକ ହାସଲ କରିବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ୧୪ତମ ଶତକ ପୂରଣ କରିବାକୁ ଲାନ୍ନିଂ ୮୨ ଇନିଂସର ସହାୟତା ନେଇଥିଲେ। ପୂର୍ବରୁ ଏହି ରେକର୍ଡ ଦକ୍ଷିଣ ଆଫ୍ରିକାର ହାସିମ ଅମ୍‌ଲା (୮୪ ଇନିଂସ)ଙ୍କ ନାମରେ ରହିଥିଲା। ଅମ୍‌ଲାଙ୍କ ପଛକୁ ଡେଭିଡ୍‌ ଓ୍ବାର୍ନର (୯୮ ଇନିଂସ), ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି (୧୦୩ ଇନିଂସ) ଓ କ୍ୱିଣ୍ଟନ ଡି କକ୍‌ (୧୦୪) ଯଥାକ୍ରମେ ୩ୟରୁ ୫ମ ସ୍ଥାନ ମଧ୍ୟରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri