Posted inଖେଳ

ଦଶନ୍ଧିର ସର୍ବଶ୍ରେଷ୍ଠ କ୍ରିକେଟର ହେଲେ କୋହଲି

ଲଣ୍ଡନ,୧୫।୪: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ୱିସଡେନ ଆଲମାନାକ ଦ୍ୱାରା ଦଶନ୍ଧିର ଶ୍ରେଷ୍ଠ ଏକଦିବସୀୟ କ୍ରିକେଟର ଭାବରେ ମନୋନୀତ ହୋଇଛନ୍ତି। ସେହିପରି କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସ ‘ବର୍ଷର ଶ୍ରେଷ୍ଠ କ୍ରିକେଟର’ ଭାବରେ ମନୋନୀତ ହୋଇଛନ୍ତି। ୩୨ ବର୍ଷୀୟ କୋହଲି ଅଗଷ୍ଟ ୨୦୦୮ରେ ଶ୍ରୀଲଙ୍କା ବିପକ୍ଷରେ ଏକଦିବସୀୟ ଡେବ୍ୟୁ କରିଥିଲେ। ଏପର୍ଯ୍ୟନ୍ତ କୋହଲି ୨୫୪ଟି ଦିନିକିଆରେ ୧୨ ହଜାର ୧୬୯ ରନ ସଂଗ୍ରହ କରିଛନ୍ତି। ୱିଜଡେନ କହିଛନ୍ତି ଯେ ପ୍ରଥମ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚର ୫୦ତମ ବାର୍ଷିକୀରେ ପ୍ରତ୍ୟେକ ଦଶନ୍ଧିରୁ ପାଞ୍ଚ ଜଣ ଏକଦିବସୀୟ କ୍ରିକେଟର ଚୟନ କରାଯାଇଛି।
୧୯୭୧ରୁ ୨୦୨୧ମଧ୍ୟରେ ପ୍ରତ୍ୟେକ ଦଶନ୍ଧି ପାଇଁ ଜଣେ ଶ୍ରେଷ୍ଠ କ୍ରିକେଟର ଚୟନ କରାଯାଇଛି। କୋହଲି ୨୦୧୦ ଦଶକ ପାଇଁ ମନୋନୀତ ହୋଇଥିଲେ। କୋହଲି, ଯିଏକି ବିଶ୍ୱକପ ୨୦୧୧ ବିଜେତା ଭାରତୀୟ ଦଳର ସଦସ୍ୟ ଥିଲେ,୪୨ ଶତକ ସମେତ ଦଶ ବର୍ଷରେ ୧୧ ହଜାରରୁ ଅଧିକ ରନ ସଂଗ୍ରହ କରିଛନ୍ତି। ମହାନ ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକର ଏବଂ କପିଲ ଦେବଙ୍କୁ ମଧ୍ୟ ବହୁତ ସମ୍ମାନ ମିଳିଛି। ସଚିନଙ୍କୁ ୯୦ ଦଶକର ଶ୍ରେଷ୍ଠ କ୍ରିକେଟର ଭାବେ ମନୋନୀତ କରାଯାଇଥିଲା। ସେ ୧୯୯୮ରେ ନଅଟି ଏକଦିବସୀୟ ଶତକ ହାସଲ କରିଥିଲେ । ଭାରତର ବିଶ୍ୱକପ ବିଜେତା ଅଧିନାୟକ କପିଲ ଦେବ ୮୦ ଦଶକର ଶ୍ରେଷ୍ଠ କ୍ରିକେଟର ଭାବରେ ମନୋନୀତ ହୋଇଥିଲେ। କପିଲଙ୍କ ଅଧିନାୟକତ୍ୱ ଅଧୀନରେ ଭାରତ ୧୯୮୩ ବିଶ୍ୱକପ ଜିତିଥିଲା। ସେ ସେହି ଦଶନ୍ଧିରେ ସର୍ବାଧିକ ଉଇକେଟ ନେଇଥିଲେ ଏବଂ ସର୍ବାଧିକ ଷ୍ଟ୍ରାଇକ ହାରରେ ଏକ ହଜାରରୁ ଅଧିକ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri