Posted inଖେଳ

ଖାଦ୍ୟକୁ ଓଜନ କରି ଖାଉଛନ୍ତି କୋହଲି; କ’ଣ କହିଲେ ଅନୁଷ୍କା

ନୂଆଦିଲ୍ଲୀ, ୮।୭- ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ନିଜ ଫିଟ୍‌ନେସକୁ ନେଇ ସର୍ବଦା ସଚେତନ ଥାଆନ୍ତି। ନିଜକୁ ଫିଟ୍‌ ରଖିବା ପାଇଁ ବିରାଟ ତାଙ୍କର ଡାଏଟ୍‌ ଏବଂ ଖାଦ୍ୟର ମଧ୍ୟ ସମ୍ପୂର୍ଣ୍ଣ ଯତ୍ନ ନେଇଥାନ୍ତି। ଯାହାର ଏକ ଜ୍ୱଳନ୍ତ ଉଦାହରଣ ଏବେ ଦେଖିବାକୁ ମିଳିଛି। ଡାଏଟ୍‌ ଦୃଷ୍ଟିରୁ ବିରାଟ କେତେ କଠୋର ତାହା ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିବା ଏକ ଭିଡିଓରୁ ଜଣାପଡ଼ିଛି। ଭିଡିଓରେ କୋହଲି ତାଙ୍କ ଖାଦ୍ୟ ଓଜନ କରୁଥିବାର ଦେଖାଯାଇଛି। ବାସ୍ତବରେ ଯେଉଁ ଭିଡିଓ ଶେୟାର ହୋଇଛି ସେଥିରେ କୋହଲି କିମ୍ବା ଅନୁଷ୍କା କେହି ମଧ୍ୟ ଦେଖାଯାଉନାହାନ୍ତି। କିନ୍ତୁ ଉଭୟଙ୍କ ଭଏସ୍‌ ଭିଡିରେ ସ୍ପଷ୍ଟ ଭାବେ ଶୁଣାଯାଉଛି। ବିରାଟଙ୍କ ପାଇଁ ଅନୁଷ୍କା ଯେଉଁ ଖାଦ୍ୟ ନେଉଛନ୍ତି ତାହାର ଓଜନ କରୁଛନ୍ତି। ଯେତେବେଳେ ଖାଦ୍ୟର ଓଜନ କରାଯାଉଛି ଏବଂ ଏହା ୧୦୧ ଗ୍ରାମ ହୋଇଯାଇଛି ସେତେବେଳେ ବିରାଟ କହିଛନ୍ତି, ମୁଁ ୧୦୦ ଗ୍ରାମ ହିଁ ଚାହୁଁଛି। ମୋତେ ୧୦୦ ପସନ୍ଦ। ଜବାବରେ ଅନୁଷ୍କା କହିଛନ୍ତି, ଏହା ବହୁତ ଖାସ୍‌ ଅଟେ। କରୋନା ଭାଇରସ୍‌ ଲାଗି ଉଭୟ କୋହଲି ଓ ଅନୁଷ୍କା ପ୍ରଥମ ଥର ପାଇଁ ଏତେ ସମୟ ଘରେ ଏକାଠି ସମୟ ଅତିବାହିତ କରିଛନ୍ତି। ପୂର୍ବରୁ ନିଜ ନିଜର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଲାଗି କୋହଲି ଓ ଅନୁଷ୍କା ବହୁ କମ୍‌ ସମୟ ଏକାଠି ବିତାଇବାର ସୁଯୋଗ ପାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri