Posted inଖେଳ

ବଡ଼ ରେକର୍ଡ ହାସଲ କରିବେ କୋହଲି

ଅହମ୍ମଦାବାଦ,୮।୨: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ ଜିତି ସିରିଜ ହାତେଇବା ଉଦ୍ଦେଶ୍ୟରେ ବୁଧବାର ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଓହ୍ଲାଇବ ଭାରତୀୟ କ୍ରିକେଟ ଦଳ। ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ପଡ଼ିଆରେ ଓହ୍ଲାଇବା ମାତ୍ରେ ଏକ ବଡ଼ ସଫଳତା ହାସଲ କରିବେ। ୩୩ ବର୍ଷୀୟ କୋହଲି କିମ୍ବଦନ୍ତୀ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଏବଂ ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ଏମଏସ ଧୋନୀଙ୍କ ଐତିହାସିକ କ୍ଲବରେ ଯୋଗଦେବେ।
ବିରାଟ ଏପର୍ଯ୍ୟନ୍ତ ଭାରତୀୟ ମାଟିରେ ୯୯ଟି ଦିନିକିଆ ଖେଳିଛନ୍ତି। ସିରିଜର ଦ୍ୱିତୀୟ ଦିନିକିଆରେ ପ୍ରବେଶ କରିବା ସହିତ ସେ ଦେଶରେ ୧୦୦ଟି ଦିନିକିଆ ଖେଳିବାରେ ୫ ତମ ଭାରତୀୟ ହେବେ। ମୋଟ ଉପରେ, ସେ ୩୬ତମ କ୍ରିକେଟର ହେବେ ଯିଏ ଘରେ ୧୯୯ କିମ୍ବା ଅଧିକ ଦିନିକିଆ ଖେଳିଛନ୍ତି।
ଭାରତ ପାଇଁ ସଚିନ ତେନ୍ଦୁଲକର ଦେଶରେ ମୋଟ ୧୬୪ଟି ମ୍ୟାଚ ଖେଳିଥିବାବେଳେ ଧୋନୀ ୧୨୭ ଏବଂ ପୂର୍ବତନ ଅଧିନାୟକ ମହମ୍ମଦ ଅଜହରୁଦ୍ଦିନଙ୍କ ନାମରେ ୧୧୩ଟି ଦିନକିଆ ମ୍ୟାଚ ଖେଳିଛନ୍ତି। ଭାରତର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ତାଙ୍କ ନାମରେ ୧୦୮ ଟି ମ୍ୟାଚ ଖେଳିଛନ୍ତି। ଏହି ୯୯ଟି ଦିନିକିଆରେ କୋହଲି ମୋଟ ୫୦୦୨ ରନ ସ୍କୋର କରିଛନ୍ତି। ୱିଣ୍ଡିଜ ବିପକ୍ଷ ସିରିଜର ପ୍ରଥମ ଦିନିକିଆରେ ମୋତ୍ର ୮ ରନ ସ୍କୋର କରିବା ପରେ କୋହଲି ପାଭିଲିୟନକୁ ଫେରିଥିଲେ। ଯଦିଓ ବିରାଟ ଏହି ସମୟ ମଧ୍ୟରେ ଭାରତୀୟ ମାଟିରେ ୫୦୦୦ ଦିନିକିଆ ରନ କରିଥିଲେ। ସେ ସବୁଠାରୁ କମ ଇନିଂସରେ ଏହି ଉପଲବ୍ଧି ହାସଲ କରିଥିଲେ। କୋହଲି ୧୧୨ ଇନିଂସରେ ୫୦୦୦ ଦିନିକିଆ ରନ ସ୍କୋର କରିଥିବା ସଚିନଙ୍କ ରେକର୍ଡ ଭାଙ୍ଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?