ଟସ୍‌ ଜିତିଲେ କୋହଲି; ସିଜନରେ ପ୍ରଥମଥର ସୁଯୋଗ ପାଇଲେ ଗେଲ୍‌

ଶାରଜା, ୧୫।୧୦: ଚଳିତ ଆଇପିଏଲ୍‌ରେ ଗୁରୁବାର ସନ୍ଧ୍ୟାରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)ର ମୁକାବିଲା କିଙ୍ଗ୍ସ ଇଲେଭେନ ପଞ୍ଜାବ ସହ ହୋଇଛି। ସ୍ଥାନୀୟ ଶାରଜା କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ବାଙ୍ଗାଲୋର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ କିଙ୍ଗ୍ସ ଇଲେଭେନ ପ୍ରଥମେ ବୋଲିଂ କରିବ। ଏହି ମ୍ୟାଚ୍‌ ସହ ବିସ୍ଫୋରକ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ଚଳିତ ଆଇପିଏଲ୍‌ରେ ତାଙ୍କ ଅଭିଯାନ ଆରମ୍ଭ କରିବେ। ପଞ୍ଜାବ ଏହି ମ୍ୟାଚ୍‌ରେ ୩ଟି ପରିବର୍ତ୍ତନ କରିଛି। ମନଦୀପ୍‌ ସିଂ, ପ୍ରଭସିମରନ ଓ ମୁଜିବ-ଉର୍‌ ରେହମାନଙ୍କ ସ୍ଥାନରେ ଯଥାକ୍ରମେ କ୍ରିସ୍‌ ଗେଲ୍‌, ଦୀପକ ହୁଦା ଓ ମୁରୁଗାନ ଅଶ୍ୱିନୀଙ୍କୁ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇଛନ୍ତି। ବାଙ୍ଗାଲୋର ବର୍ତ୍ତମାନ ସୁଦ୍ଧା ୭ ମ୍ୟାଚ୍‌ରୁ ୫ ବିଜୟ ସହ ୧୦ ପଏଣ୍ଟ ପାଇ ଟେବୁଲ ତାଲିକାର ୩ୟ ସ୍ଥାନରେ ରହିଛି। ଅପରପକ୍ଷରେ ପଞ୍ଜାବ ୭ ମ୍ୟାଚ୍‌ରୁ ୧ ବିଜୟ ଓ ୬ ପରାଜୟ ସହ ୨ ପଏଣ୍ଟ ପାଇ ତାଲିକାର ସର୍ବନିମ୍ନ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri