ଟସ୍‌ ଜିତି ପ୍ରଥମେ ଦିଲ୍ଲୀକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲେ କୋହଲି

ଦୁବାଇ, ୫।୧୦: ଚଳିତ ଆଇପିଏଲ୍‌ର ସୋମବାର ଖେଳାଯାଇଥିବା ୧୯ତମ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ଆର୍‌ସିବି ଅଧିନାୟକ ବିରାଟ କୋହଲି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଶ୍ରେୟାସ ଆୟାର ଟସ୍‌ ହାରିଥିଲେ ମଧ୍ୟ ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଛନ୍ତି। ଚଳିତ ଟୁର୍ନାମେଣ୍ଟରେ ଦିଲ୍ଲୀ ବର୍ତ୍ତମାନ ସୁଦ୍ଧା ୪ ମ୍ୟାଚ୍‌ରୁ ୩ ବିଜୟ ସହ ୬ ପଏଣ୍ଟ ପାଇ ମୁମ୍ବାଇ ଇଣ୍ଡିଆନ୍ସ ପଛକୁ ଟେବୁଲ ତାଲିକାର ୨ୟ ସ୍ଥାନରେ ରହିଛି। ଅପରପକ୍ଷରେ ବାଙ୍ଗାଲୋର ୪ ମ୍ୟାଚ୍‌ରୁ ୩ ବିଜୟ ହାସଲ କରିଥିଲେ ମଧ୍ୟ ରେଟିଂ ଦୃଷ୍ଟିରୁ ୩ୟ ସ୍ଥାନରେ ରହିଛି। ଆଘାତଜନିତ ସମସ୍ୟା ଲାଗି ଚଳିତ ଆଇପିଏଲ୍‌ର ବଳକା ମ୍ୟାଚ୍‌ରୁ ବାଦ୍‌ ପଡ଼ିଥିବା ଅମିତ୍‌ ମିଶ୍ରାଙ୍କ ସ୍ଥାନରେ ଦିଲ୍ଲୀ ଦଳରେ ଅକ୍ଷର ପଟେଲଙ୍କୁ ସୁଯୋଗ ମିଳିଛି। ସେହିଭଳି ଆଡାମ ଜାମ୍ପା ଓ ଗୁରକୀରଟ୍‌ ସିଂ ମନ୍ନଙ୍କ ସ୍ଥାନରେ ମୋଇନ ଅଲୀ ଓ ମହମ୍ମଦ ସିରାଜ ବାଙ୍ଗାଲୋର ଦଳରେ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri