ଟସ୍‌ ଜିତି କୋହଲିଙ୍କ ବ୍ୟାଟିଂ ନିଷ୍ପତ୍ତି; ପ୍ରଥମେ ବୋଲିଂ କରିବ ସିଏସ୍‌କେ

ଦୁବାଇ, ୧୦।୧୦: ଚଳିତ ଆଇପିଏଲ୍‌ର ୨୫ତମ ମୁକାବିଲାରେ ଶନିବାର ସନ୍ଧ୍ୟାରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି କୋହଲି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ସିଏସ୍‌କେ ପ୍ରଥମେ ବୋଲିଂ କରିବ।
ସିଜନରେ ବାଙ୍ଗାଲୋର ବର୍ତ୍ତମାନ ସୁଦ୍ଧା ୫ ମ୍ୟାଚ୍‌ରୁ ୩ ବିଜୟ ଓ ୨ ପରାଜୟ ସହ ୬ ପଏଣ୍ଟ ପାଇ ଟେବୁଲ ତାଲିକାର ୫ମ ସ୍ଥାନରେ ରହିଛି। ଅପରପକ୍ଷରେ ସିଏସ୍‌କେ ୬ ମ୍ୟାଚ୍‌ରୁ ୨ ବିଜୟ ଓ ୪ ପରାଜୟ ସହ ୪ ପଏଣ୍ଟ ପାଇ ୬ଷ୍ଠ ସ୍ଥାନ ଲାଭ କରିଛି।

Share