Posted inଖେଳ

କୋହଲିଙ୍କ ଦ୍ରୁତ ୧୩ ହଜାର ରନ୍‌

କଲମ୍ବୋ,୧୨।୯: ଭାରତର ଷ୍ଟାର କ୍ରିକେଟର ବିରାଟ କୋହଲି ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ପୂରଣ କରିଛନ୍ତି ୧୩ ହଜାର ରନ୍‌। ପାକିସ୍ତାନ ବିପକ୍ଷ ଏସିଆ କପ୍‌ର ସୁପର-୪ ମ୍ୟାଚରେ କୋହଲି ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି। ଏହି ମ୍ୟାଚ୍‌ ପୂର୍ବରୁ କୋହଲିଙ୍କୁ ୧୩ ହଜାର ରନ୍‌ ପୂରଣ କରିବାକୁ ୯୮ ରନ୍‌ ଆବଶ୍ୟକ ଥିଲା। ଏହି ମ୍ୟାଚ୍‌ରେ ଦିନିକିଆ କ୍ୟାରିୟରର ୪୭ତମ ଶତକ ପୂରଣ କରିବା ସହିତ ସମ୍ପୂର୍ଣ୍ଣ ଷ୍ଟାଇଲରେ ୧୩ ହଜାର ରନ୍‌ ପୂରଣ କରିଛନ୍ତି।

ଏହା ସହିତ ବିଶ୍ୱର ଦ୍ରୁତତମ ଖେଳାଳି ଭାବରେ କୋହଲି ୧୩ ହଜାର ରନ୍‌ କ୍ଲବରେ ପ୍ରବେଶ କରିଛନ୍ତି। ଭାରତର କ୍ରିକେଟ କିମ୍ବଦନ୍ତୀ ସଚିନ୍‌ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଛନ୍ତି କୋହଲି। ତେନ୍ଦୁଲକର ୩୨୧ ଇନିଂସରେ ୧୩ ହଜାର ରନ୍‌ ପୂରଣ କରିଥିବା ବେଳେ କୋହଲି ୨୬୭ ତମ ଇନିଂସରେ ଏହି ସଫଳତା ହାସଲ କରିଛନ୍ତି। ବିଶ୍ୱର ପଞ୍ଚମ ଖେଳାଳି ଭାବରେ କୋହଲି ଅନ୍ତର୍ଜାତୀୟ ଦିନିକିଆରେ ୧୩ ହଜାର ରନ୍‌ ସମ୍ପୂର୍ଣ୍ଣ କରିଛନ୍ତି। ସଚିନ୍‌ ତେନ୍ଦୁଲକର (୧୮,୪୨୬ ରନ୍‌), କୁମାର ସଙ୍ଗକାରା(୧୪,୨୩୪ ରନ୍‌), ରିକି ପଣ୍ଟିଂ(୧୩, ୭୦୪ ରନ୍‌) ଓ ସନଥ ଜୟସୁରିୟା(୧୩,୪୩୦ ରନ୍‌) ପୂର୍ବରୁ ୧୩ ହଜାର କ୍ଲବରେ ସାମିଲ ଅଛନ୍ତି। ଏହା ସହିତ ଦିନିକିଆରେ ସର୍ବାଧିକ ଅର୍ଦ୍ଧଶତକରେ ମଧ୍ୟ ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ରିକି ପଣ୍ଟିଂଙ୍କୁ ପଛରେ ପକାଇଛନ୍ତି କୋହଲି।


Enter your email to get our daily news in your inbox.

All Right Reserved By Dharitri.Com

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri