Posted inଖେଳ

ସୋସିଆଲ ମିଡିଆରେ ଉଡିଲା କୋହଲିଙ୍କ ମଜାକ୍‌: ଜାଣନ୍ତୁ କାହିଁକି

ଲଣ୍ଡନ,୬।୮: ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଜେମ୍ସ ଆଣ୍ଡରସନଙ୍କ ଉପରେ ପ୍ରଶ୍ନ ପଚରାଯାଇଥିଲା। ପ୍ରଶ୍ନ ଥିଲା ଆପଣ ଜେମ୍ସ ଆଣ୍ଡରସନଙ୍କୁ କିପରି ସାମ୍ନା କରିବେ? ଏହା ଉପରେ ବିରାଟ କୋହଲି କହିଥିଲେ – ମୁଁ କେବଳ ବ୍ୟାଟିଂ କରିବି। କିନ୍ତୁ ନଟିଂହାମ ଟେଷ୍ଟର ପ୍ରଥମ ଇନିଂସରେ ଭାରତୀୟ ଅଧିନାୟକ କେବଳ ଗୋଟିଏ ବଲ ଖେଳି ଆଉଟ୍‌ ହୋଇଥିଲେ। ଜେମ୍ସ ଆଣ୍ଡରସନ ବିରାଟ କୋହଲିଙ୍କୁ ତାଙ୍କ ଶ୍ରେଷ୍ଠ ଆଉଟ ସୁଇଙ୍ଗରେ ଆଉଟ କରିଥିଲେ। ଏବେ ବିରାଟ କୋହଲିଙ୍କୁ ସୋସିଆଲ ମିଡିଆରେ ପରିହାସ କରାଯାଉଛି। ପ୍ରଶଂସକମାନେ ବିରାଟ କୋହଲିଙ୍କ ମଜାଳିଆ ମେମ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ଖବରଦାତା ସମ୍ମିଳନୀରେ ଅଧିନାୟକ କୋହଲିଙ୍କ କଥା ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଭାରତୀୟ ଦଳ ଇଂଲଣ୍ଡରେ ପ୍ରବେଶ କରିବା ମାତ୍ରେ ବିରାଟ କୋହଲି ଏବଂ ଆଣ୍ଡରସନଙ୍କ ମଧ୍ୟରେ ଏକ ପ୍ରକାର ଟକ୍କର ଲାଗିଥାଏ। ୨୦୧୪ ମସିହାରେ ଆଣ୍ଡରସନ ବିରାଟ କୋହଲିଙ୍କୁ କ୍ରିଜରେ ସ୍ଥିର କରିବାର ସୁଯୋଗ ଦେଇ ନ ଥିଲେ, କିନ୍ତୁ ୨୦୧୮ରେ କୋହଲି କିମ୍ବଦନ୍ତୀ ବୋଲର ଆଣ୍ଡରସନଙ୍କୁ ଗୋଟିଏ ଉଇକେଟ ଦେଇ ନ ଥିଲେ। କିନ୍ତୁ ୨୦୨୧ ଟେଷ୍ଟ ସିରିଜରେ ବିରାଟ କୋହଲି ପ୍ରଥମ ବଲରେ ଆଣ୍ଡରସନଙ୍କ ଶିକାର ହୋଇଥିଲେ। ଇଂଲଣ୍ଡ ବିପକ୍ଷରେ ତୃତୀୟ ଥର ଏବଂ ଟେଷ୍ଟ କ୍ୟାରିୟରରେ ପଞ୍ଚମ ଥର ପାଇଁ ବିରାଟ କୋହଲି ଏକ ଶୂନରେ ଆଉଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri