Posted inଖେଳ

କ୍ରିକେଟ ଛାଡ଼ିଲେ କୋହଲିଙ୍କ ଜୁନିୟର

ମୁମ୍ବାଇ,୧୩।୮: ବିରାଟ କୋହଲିଙ୍କ ପରେ ଉନ୍ମୁକ୍ତ ଚାନ୍ଦଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ହାତେଇଥିଲା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌। ଆଶା କରାଯାଉଥିଲା କୋହଲିଙ୍କ ଭଳି କ୍ରିକେଟ ପଡ଼ିଆରେ ରାଜୁତି କରିବେ ଦିଲ୍ଲୀରେ ଜନ୍ମିତ ଏହି ବ୍ୟାଟ୍ସମ୍ୟାନ। କିନ୍ତୁ ଘରୋଇ କ୍ରିକେଟରେ ସେ ଭଳି ସଫଳତା ନ ମିଳିବାରୁ ୨୮ ବର୍ଷୀୟ ଉନ୍ମୁକ୍ତ ସମସ୍ତ ଫର୍ମାଟରୁ ଦୂରେଇ ଯାଇଛନ୍ତି।

କିଛି ଟୁଇଟ୍‌ ଓ ସ୍ମରଣୀୟ ଭିଡିଓ ଶେୟାର କରି ଉନ୍ମୁକ୍ତ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସମ୍ଭବତଃ ଆମେରିକାରେ ହେବାକୁ ଥିବା ଟି୨୦ ଲିଗ୍‌ରେ ଖେଳିବା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ଚାନ୍ଦ। ସେଠାରେ ଖେଳିବା ପାଇଁ ଭାରତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ନେବା ନିହାତି ଜରୁରୀ। କାରଣ ଭାରତୀୟ ଖେଳାଳିଙ୍କୁ ବିଦେଶୀ ଟି୨୦ ଲିଗ୍‌ରେ ଖେଳିବାକୁ ବିସିସିଆଇ ଅନୁମତି ଦିଏ ନାହିଁ।

ଉଲ୍ଲେଖଯୋଗ୍ୟ, ଡାହାଣହାତୀ ବ୍ୟାଟ୍ସମ୍ୟାନ ଉନ୍ମୁକ୍ତ ଜଣେ କାମଚଳା ଅଫ୍‌ ସ୍ପିନର। ତାଙ୍କ ନେତୃତ୍ୱରେ ୨୦୧୨ରେ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଜିତିଥିଲା ଭାରତ। ଫାଇନାଲରେ ୧୧୧ ରନ୍‌ର ଅପରାଜିତ ପାଳି ଖେଳି ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। ଏହାପରେ ସେ ଆସିଥିଲେ ଚର୍ଚ୍ଚାକୁ। ତାଙ୍କ ଖେଳ ଦେଖି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଇଆନ ଚାପେଲ ଓ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଡ୍ରାଭିଡ୍‌ ପ୍ରଶଂସା କରିଥିଲେ। ୨୦୧୫ରେ ଚାନ୍ଦଙ୍କୁ ସିନିୟର ଭାରତୀୟ ଦଳ ସହ ଜିମ୍ବାଓ୍ବେ ପଠାଇବାକୁ ଇଚ୍ଛା ପ୍ରକାଶ କରିଥିଲେ ପୂର୍ବତନ ମୁଖ୍ୟ ଚୟନକର୍ତ୍ତା ସନ୍ଦୀପ ପାଟିଲ। କୌଣସି କାରଣରୁ ଚାନ୍ଦଙ୍କୁ ଦଳରେ ସୁଯୋଗ ମିଳି ନ ଥିଲା।

ଦିଲ୍ଲୀ ପାଇଁ ଖେଳିଥିବା ଓ ଉତ୍ତରାଖଣ୍ଡର ନେତୃତ୍ୱ ନେଇଥିବା ଚାନ୍ଦ ଭାରତ ଏ’ରେ ମଧ୍ୟ ସୁଯୋଗ ପାଇଥିଲେ। କିନ୍ତୁ ଏହି ପର୍ଯ୍ୟାୟକୁ ଡେଇଁ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚି ପାରି ନ ଥିଲେ ଏହି ପ୍ରତିଭାଶାଳୀ ବ୍ୟାଟ୍ସମ୍ୟାନ। କ୍ୟାରିୟରରେ ୬୭ଟି ପ୍ରଥମ ଶ୍ରେଣୀ ମ୍ୟାଚ୍‌ରେ ସେ ୩,୩୭୯ ରନ୍‌ କରିଥିଲେ। ତାଙ୍କ ନାମରେ ୮ ଶତକ ଓ ୧୬ ଅର୍ଦ୍ଧଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri