Posted inଖେଳ

କୋହଲିଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ କଟିଲା

ବେଙ୍ଗାଲୁରୁ,୧୯।୪(ପି.ଟି.): ଆଇପିଏଲ୍‌ ଫ୍ରାଞ୍ଚାଇଜି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଖେଳାଳି ବିରାଟ କୋହଲିଙ୍କ ୧୦ ପ୍ରତିଶତ ମ୍ୟାଚ୍‌ ଫି’ କଟାଯାଇଛି। ଆଚରଣବିଧି ଉଲ୍ଲଂଘନ କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଚିନ୍ନାସ୍ବାମୀ ଷ୍ଟାଡିୟମରେ ସୋମବାର ଚେନ୍ନାଇ ସୁପରକିଙ୍ଗ୍ସ ବିପକ୍ଷ ମ୍ୟାଚରେ ଏକ ଉଇକେଟ ପତନ ପରେ କୋହଲିଙ୍କ ଓ୍ବାଇଲ୍ଲ୍ଡ ସେଲିବ୍ରେଶନ ପାଇଁ ଦଣ୍ଡିତ କରାଯାଇଛି। କୋହଲି ଆର୍ଟିକିଲ୍‌ ୨.୨ର ନିୟମ ଉଲ୍ଲଂଘନ କରିଥିବା ବେଳେ ତାଙ୍କ ବିରୋଧରେ ଲେଭଲ-୧ ଅଫେନ୍ସ ଲାଗୁ କରାଯାଇଥିଲା। କୋହଲି ଦୋଷ ସ୍ବୀକାର କରିଥିବା ବେଳେ ମ୍ୟାଚ୍‌ ରେଫରି ତାଙ୍କ ଫି’ର ୧୦ ପ୍ରତିଶତ କାଟିବାକୁ ନିଷ୍ପତ୍ତି ନେଇଥିଲେ।
ଉଲ୍ଲେଖଯୋଗ୍ୟ ଯେ ସୋମବାରର ସଦର୍ନ ଡର୍ବିରେ ଚେନ୍ନାଇ ସୁପରକିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରି ୬ ଉଇକେଟ ହରାଇ ୨୨୬ ରନ୍‌ କରିଥିବା ବେଳେ ଆରସିବି ବିଜୟରୁ ୮ ରନ୍‌ ଦୂରରେ ରହିଥିଲା। ଚେନ୍ନାଇର ମଧ୍ୟକ୍ରମ ବ୍ୟାଟର ଶିବମ୍‌ ଦୁବେ ଆକ୍ରମଣାତ୍ମକ ବ୍ୟାଟିଂ କରି ୨୭ ବଲ୍‌ରୁ ୫୨ ରନ୍‌ କରିଥିଲେ। ଓ୍ବେନ୍‌ ପାର୍ନେଲଙ୍କ ବଲ୍‌ରେ ଦୁବେ ଆଉଟ ହୋଇଥିବା ବେଳେ କୋହଲି ଅତ୍ୟନ୍ତ ଉତ୍ତେଜିତ ସେଲିବ୍ରେଶନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri