Posted inଖେଳ

କୋହଲିଙ୍କ ଦମ୍‌ଦାର ଶତକ: ଆଫଗାନିସ୍ତାନ ଆଗରେ ୨୧୩ ରନ୍‌ର ଟାର୍ଗେଟ

ଦୁବାଇ,୮।୯: ଏସିଆ କପର ଗୁରୁବାର ଭାରତ-ଆଫଗାନିସ୍ତାନ ଶେଷ ମ୍ୟାଚରେ ବିରାଟ କୋହଲିିଙ୍କ ଦମ୍‌ଦାର ଶତକୀୟ ଇନିଂସ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୨୧୨ ରନ୍‌ କରିବାରେ ସଫଳ ହୋଇଛି। ଫଳରେ ଭାରତ ଆଫଗାନିସ୍ତାନ ଆଗରେ ୨୧୩ରନ୍‌ର ବିଜୟ ଲକ୍ଷ୍ୟ ରଖିଛି। ଆଫଗାନିସ୍ତାନ ଅଧିନାୟକ ମହମ୍ମଦ ନବି ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଭାରତ ପ୍ରଥମ ବ୍ୟାଟିଂ ଆରମ୍ଭ କରିଥିଲା। ଅଧିନାୟକ କେ.ଏଲ୍‌ ରାହୁଲ ଓ ବିରାଟ କୋହଲି ଅପନିଂ କରି ଦଳକୁ ଭଲ ଷ୍ଟାଟ୍‌ ଦେଇଥିଲେ। ୪୧ ବଲ୍‌ରେ ୬୨ ରନ୍‌ କରି ରାହୁଲ ପ୍ରଥମ ଆଉଟ୍‌ ହୋଇଥିବା ବେଳେ କୋହଲି ୬୧ ବଲ୍‌ରେ ୧୨୨ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ରିଷଭ ପନ୍ଥ ୨୦ରନ୍‌ କରି ନଟ୍‌ ଆଉଟ୍‌ ହୋଇଥିବା ବେଳେ ସୂର୍ଯ୍ୟ କୁମାର ଯାଦବ ୬ରନ୍‌ କରିବାରେ ସକ୍ଷମ ହୋଇଥିଲେ। ଫଳରେ ଭାରତ ଆଫଗାନିସ୍ତାନକୁ ୨୧୩ ରନ୍‌ର ଟାର୍ଗେଟ ଦେଇଥିଲା। ମ୍ୟାଚ ସେତେଟା ଗୁରୁତ୍ୱ ନ ଥିବାରୁ ଦଳର ନିୟମିତ ଅଧିନାୟକ ରୋହିତ ଶର୍ମା ଖେଳୁ ନ ଥିବା ବେଳେ କେଏଲ ରାହୁଲ ଟିମ୍‌ର ନେତୃତ୍ୱ ନେଇଥିଲେ। ସୂଚନା ମୁତାବକ, ଭାରତ ଓ ଆଫଗାନିସ୍ତାନ ଏସିଆ କପ୍‌ରୁ ବାଦ୍‌ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?